Posted inଜାତୀୟ

ଗୁଲାମ ନବୀ ଆଜାଦଙ୍କୁ ବଡ଼ ଝଟ୍‌କା, ନିର୍ବାଚନ ଘୋଷଣା ହେଉ ହେଉ ଦଳ ଛାଡିଲେ ବରିଷ୍ଠ ନେତା, ଏହି ଦଳରେ ହେବେ ସାମିଲ

ଶ୍ରୀନଗର,୧୭।୮: ସେପ୍ଟେମ୍ବର ୧୮ରୁ ଜମ୍ମୁ-କଶ୍ମୀରରେ ତିନୋଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବାବେଳେ ଅକ୍ଟୋବର ୧ରେ ଗୋଟିଏ ପର୍ଯ୍ୟାୟରେ ହରିୟାଣା ବିଧାନସଭା ପାଇଁ ଭୋଟ ଗ୍ରହଣ ହେବ। ତେବେ ତାରିଖ ଘୋଷଣା ହେବା ମାତ୍ରେ ରାଜନୈତିକ ହଲଚଲ ମଧ୍ୟ ଆରମ୍ଭ ହୋଇଯାଇଛି।

ବର୍ତ୍ତମାନ ଗୁଲାମ ନବୀ ଆଜାଦଙ୍କୁ ବଡ଼ ଝଟ୍‌କା ଲାଗିଛି। ଡେମୋକ୍ରାଟିକ ପ୍ରୋଗେସିଭ୍‌ ଆଜାଦ ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ତାଜ ମୋହିଉଦ୍ଦିନ ଦଳରୁ ଇସ୍ତଫା ଦେଇଛନ୍ତି। କୁହାଯାଉଛି ଯେ ତାଜ ମୋହିଉଦ୍ଦିନ ପୁଣି କଂଗ୍ରେସକୁ ଫେରିପାରନ୍ତି । କଂଗ୍ରେସର ନୂଆ ରାଜ୍ୟ ସଭାପତି ତାରିକ କରା ବର୍ତ୍ତମାନ ଦିଲ୍ଲୀରେ ଅଛନ୍ତି। କୁହାଯାଉଛି ଯେ ଦିଲ୍ଲୀରୁ ଫେରିବା ପରେ ତାଜ ମୋହିଉଦ୍ଦିନଙ୍କୁ କଂଗ୍ରେସର ସଦସ୍ୟତା ଦିଆଯିବ। ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଘୋଷଣା ପରେ ଏହା ପ୍ରଥମ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ।

ଡେମୋକ୍ରାଟିକ ପ୍ରୋଗେସିଭ୍‌ ଆଜାଦ ପାର୍ଟି ଛାଡିଥିବା ତାଜ ସୋମବାର କିମ୍ବା ମଙ୍ଗଳବାର ଦିନ କଂଗ୍ରେସରେ ଯୋଗ ଦେଇପାରନ୍ତି। ସୂଚନା ଥାଉ କି ଯେ ତାଜ ମୋହିଉଦ୍ଦିନ, ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ କଂଗ୍ରେସ ଛାଡିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?