ସିରିପାଇ ସରପଞ୍ଚଙ୍କୁ ବଡ଼ ଝଟ୍‌କା: ପଦ ଅସିଦ୍ଧ ଘୋଷଣା କଲେ କୋର୍ଟ

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ ସିରିପାଇ ପଞ୍ଚାୟତର ସରପଞ୍ଚ ଇଚ୍ଛାମନ ମାଝିଙ୍କ ପଦ ରଦ୍ଦ ହୋଇଥିବା ଅତିରିକ୍ତ ଜିଲା ଦୌରାଜଜ୍‌ ଘୋଷଣା କରିଛନ୍ତି। ଅତିରିକ୍ତ ଜିଲା ଦୌରାଜଜ୍‌ ରାୟଗଡ଼ା ନିର୍ବାଚନ ଅପିଲ ନମ୍ବର୍‌ ୪/୨୦୨୩ ବିଚାର କରି ସରପଞ୍ଚ ପଦକୁ ଅସିଦ୍ଧ ଘୋଷଣା କରିଛନ୍ତି। ସୂଚନା ମୁତାବକ, ଗତ ୨୦୨୨ ପଞ୍ଚାୟତ ନିର୍ବାଚନରେ ସିରିପାଇ ପଞ୍ଚାୟତର ବିଜେଡ଼ି ସମର୍ଥତ୍ତ ପ୍ରାର୍ଥୀ ଇଛାମନ୍‌ ମାଝୀ ସରପଞ୍ଚ ଭାବେ ନିଜ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାସ୍କର ମାଝିଙ୍କୁ ହରାଇ ବିଜୟ ଲାଭ କରିଥିଲେ। ଏ ନେଇ ଭାସ୍କର ମାଝୀ ଇଚ୍ଛାମନ୍‌ ମାଝିଙ୍କର ୩ଟି ସନ୍ତାନ ଥିବା ନେଇ ଆପତ୍ତି ଜଣାଇଥିଲେ। ପରେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ଇଚ୍ଛାମନଙ୍କ ବିରୋଧରେ ଅଦାଲତର ଦ୍ୱାରସ୍ଥ ହୋଇଥିଲେ ା ଏହି ମାମଲାର ବିଚାର କରି ସମସ୍ତ ତଥ୍ୟ ଓ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଅତିରିକ୍ତ ଦୌରାଜଜ୍‌ ଇଚ୍ଛାମନଙ୍କ ସରପଞ୍ଚ ପଦବୀକୁ ରଦ୍ଦ ଘୋଷଣା କରିଛନ୍ତି। ଏହି ମାମଲାକୁ ଭାସ୍କରଙ୍କ ପକ୍ଷରୁ ରାୟଗଡାର ବରିଷ୍ଠ ଓକିଲ ମଦନ ପାଢ଼ୀ ଲଢ଼ୁଥିବା ବେଳେ ଇଚ୍ଛାମନଙ୍କ ପକ୍ଷରୁ ଆଇନଜୀବୀ ଏଲ.ଏନ.ସ୍ବାଇଁ ଓ ସନ୍ତୋଷ ମହାପାତ୍ର ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri