Posted inଜାତୀୟ

ମୁସଲମାନ ପକ୍ଷକୁ ବଡ଼ ଝଟ୍‌କା: ଜ୍ଞାନବ୍ୟାପିରେ ପୂଜା ଜାରି ରଖିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶର ବାରାଣାସୀରେ ଅବସ୍ଥିତ ଜ୍ଞାନବ୍ୟାପି ପରିସରରେ ବ୍ୟାସ ଜୀଙ୍କର ତେହଖାନାରେ ପୂଜା ହେବ କି ନାହିଁ ସେନେଇ ଆହ୍ଲାବାଦ ହାଇକୋର୍ଟ ଏକ ରାୟ ଦେଇଛନ୍ତି। ଏଠାରେ ପୂଜା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ଜଷ୍ଟିସ ରୋହିତ ରଂଜନ ଅଗ୍ରୱାଲଙ୍କ ଏକକ ବେଞ୍ଚରୁ ଏହି ନିଷ୍ପତ୍ତି ନିଆଯାଇଛି। ମୁସଲମାନ ପକ୍ଷ ଅର୍ଥାତ୍‌ ଅଞ୍ଜୁମନ ଇନ୍ତଜାମିଆ ମସଜିଦ କମିଟି ଜିଲା ଜଜ ବାରାଣସୀ ପୂଜା ଆରମ୍ଭ କରିବା ଆଦେଶକୁ ଆଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲା।
ଜାନୁୟାରୀ ୩୧ରେ ପୂଜା ଆରମ୍ଭ କରିବାକୁ ବାରାଣାସୀ ଜିଲା ଜଜଙ୍କ ନିର୍ଦ୍ଦେଶକୁ କୋର୍ଟ ସମର୍ଥନ କରିଛନ୍ତି। ହାଇକୋର୍ଟଙ୍କ ଏହି ଆଦେଶ ଯୋଗୁ ବ୍ୟାସ ତେହଖାନାରେ ପୂଜା ଜାରି ରହିବ। କୋର୍ଟ ପୂଜାପାଠ ଉପରେ ପ୍ରତିବନ୍ଧକ ଲଗାଇ ନାହାଁନ୍ତି। ଏହି ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଥିବାରୁ ମୁସଲମାନ ଦଳକୁ ଝଟ୍‌କା ଲାଗିଛି।
ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ବିତର୍କ ପରେ ଫେବୃଆରୀ ୧୫ରେ କୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ବରିଷ୍ଠ ସୁପ୍ରିମକୋର୍ଟର ଓକିଲ ସିଏସ ବୈଦ୍ୟନାଥନ ଏବଂ ବିଷ୍ଣୁ ଶଙ୍କର ଜୈନ ହିନ୍ଦୁ ପକ୍ଷରୁ ଯୁକ୍ତି ବାଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri