ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି। ପ୍ରଭାରୀ ବିଜୟ ପାଲ ସିଂତୋମାର, ସହପ୍ରଭାରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଅଛନ୍ତି। ସଭାପତି ମନମୋହନ ସାମଲ,ସଙ୍ଗଠନ ମହାମନ୍ତ୍ରୀ ମାନସ ମହାନ୍ତି ସାମିଲ ହୋଇଛନ୍ତି। ବୈଠକରେ ଆଗାମୀ କାର୍ଯ୍ୟକ୍ରମ ଓ ନୂଆ ରଣନୀତି ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ ବୋଲି ସୂଚନା ମିଳିଛି।