ଓଡ଼ିଆ ଅସ୍ମିତା ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୪।୫(ସୁନିତ୍‌ ମିଶ୍ର): ଓଡ଼ିଆ ସମାଜ ସମ୍ମୁଖରେ ଓଡ଼ିଆ ଭାଷା, ଐତିହ୍ୟ, ଗୌରବ, ଅସ୍ମିତା ଓ ସଂସ୍କୃତି ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଯେଉଁ ସମାଜର ଐତିହ୍ୟ ହଜାର ହଜାର ବର୍ଷ ତଳର, ତା’ର ସୁରକ୍ଷାକୁ ଅକ୍ଷୁଣ୍ଣ ରଖିବା ପାଇଁ ଭାଜପା ଏକ ଦାୟିତ୍ୱସମ୍ପନ୍ନ ଦଳ ଭାବେ ଓଡ଼ିଆ ଅସ୍ମିତା ଏବଂ ରାଜ୍ୟରେ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ପ୍ରକ୍ରିୟାକୁ କଣ୍ଠରୋଧ କରାଯିବାର ଅପଚେଷ୍ଟାକୁ ସଫଳ ହେବାକୁ ଦେବ ନାହିଁ। ଚଳିତ ନିର୍ବାଚନ ଓଡ଼ିଆ ଅସ୍ମିତା, ଅସ୍ତିତ୍ୱ, ଓଡ଼ିଶାର ଭବିଷ୍ୟତ, ନୂଆପିଢ଼ିଙ୍କ ସୁରକ୍ଷା ନିର୍ବାଚନର ବିଷୟବସ୍ତୁ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଓଡ଼ିଶାରେ ବୃଦ୍ଧି ପାଉଥିବା ବେଳେ ଓଡ଼ିଶାର ଶାସନ ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି। ୨୪ ବର୍ଷର ସ୍ଥିର ସରକାର ରହିବା ପରେ ମଧ୍ୟ ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶା ଯେଉଁଭଳି ସ୍ଥିତିରେ ରହିବା କଥା, ସେଭଳି ସ୍ଥିତିରେ ନାହିଁ। ଓଡ଼ିଶାର ବିକାଶ ସବୁ ଦିଗରୁ ନିମ୍ନଗାମୀ ହୋଇଛି। ଭାଜପାକୁ ଆଶୀର୍ବାଦ କଲେ ଓଡ଼ିଶାକୁ ବିକଶିତ ଭାରତର ୧ ନମ୍ବର ରାଜ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନିଜେ କହିଛନ୍ତି। ଏହି କଥା କହିବାକୁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ। ଥରେ ନୁହେଁ ମୋଦି ଓଡ଼ିଶାରେ ରହିବେ ଏବଂ ବାରମ୍ବାର ରାଜ୍ୟ ଗସ୍ତ କରିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, ବର୍ତ୍ତମାନର ମୂଳ ପ୍ରଶ୍ନ ହେଉଛି ଓଡ଼ିଆ ଭାଷା ଓ ଅସ୍ମିତା, ଯାହା ଏକ ବଡ଼ ପ୍ରଶ୍ନବାଚୀରେ ଅଛି। ଜଣେ ଓଡ଼ିଆ ଭାବେ ବାହାର ରାଜ୍ୟରୁ ତାଙ୍କୁ ରାଜ୍ୟ ସଭାକୁ ନିର୍ବାଚତ କରିବା ଗୌରବର ବିଷୟ। ବର୍ତ୍ତମାନ ତାଙ୍କ ଉପରେ ଓଡ଼ିଆ ନେତା ଭାବେ ପ୍ରଶ୍ନ ଉଠିଛି, ଯାହାର ସାର୍ଟିଫିକେଟ୍‌ ଓଡ଼ିଆ ଲୋକମାନେ ଦେବେ। କିନ୍ତୁ ଏବେ ଓଡ଼ିଶାର ନେତୃତ୍ୱ କିଏ ନେବ ତାହା ଏକ ପ୍ରଶ୍ନବାଚୀ। ବିଜେଡିର ନେତୃତ୍ୱ ଜଣେ ବାହାରର ନେତା ନେଉଛନ୍ତି। ଓଡ଼ିଆ ସ୍ବାଭିମାନକୁ ଆଘାତ କରିବା ପାଇଁ ଅମଲାଙ୍କୁ ନେଇ ଗୋଟିଏ କୋଟେରୀ ଚେଷ୍ଟା କରୁଛି। କୋଭିଡ୍‌ ସମୟରେ ମହାପ୍ରଭୁଙ୍କ ରଥଯାତ୍ରା କିଏ ବନ୍ଦ କରିବାକୁ ଚେଷ୍ଟା କରିଥିଲେ। ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା କିଏ କରିଥିଲେ। ଓଡ଼ିଶା ସରକାରଙ୍କ ସତ୍ୟପାଠ କ’ଣ ଥିଲା, ଏହା ଉପରେ ମୁଖ୍ୟମନ୍ତ୍ରୀଙ୍କ ନୈତିକତା ଥିଲେ ଉତ୍ତର ଦିଅନ୍ତୁ ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେ ଆହୁରି କହିଛନ୍ତି, ମହାପ୍ରଭୁଙ୍କ ଅନନ୍ୟ ଭକ୍ତ ଭାବେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ଦେଇଥିଲେ। ମାତ୍ର ଶ୍ରୀମନ୍ଦିରକୁ ସୌନ୍ଦର୍ଯ୍ୟକରଣ କରିବା ନାଁରେ ହଜାର ହଜାର ବର୍ଷ ତଳର ଐତିହ୍ୟ ଓ କୀର୍ତ୍ତିରାଜିକୁ ନଷ୍ଟ କରାଯାଇଛି। ଏହାବ୍ୟତୀତ ପାଇକ ବିଦ୍ରୋହର ଅଗ୍ରଣୀ ଯୋଦ୍ଧା ବକ୍ସି ଜଗବନ୍ଧୁଙ୍କ ବୀରତ୍ୱକୁ ନେଇ ଏକ ସ୍ମାରକୀ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କୁ ଜମି ଦେବା ଲାଗି ଅନୁରୋଧ କରାଯାଇଥିଲା, ଯେଉଁଥିପାଇଁ ଇଣ୍ଡିଆନ ଅଏଲ ୯୦ କୋଟି ଟଙ୍କାର ବ୍ୟୟବରାଦ କରିସାରିଥିଲା। ରାଜ୍ୟ ସରକାର ବାହାନା ଦେଖାଇ ଏହାକୁ ବନ୍ଦ କରିଦେଲେ। ରାଜ୍ୟର ସରକାରୀ ଦପ୍ତରରେ ୧ ଲକ୍ଷ ପଦବୀ ଖାଲି ଅଛି। ଓଡ଼ିଶାର ପ୍ରାୟ ୧ କୋଟି ଲୋକ ବାହାରେ କାମ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଦୀର୍ଘ ୨୪ ବର୍ଷ ଯେଉଁ ଆସନରୁ ପ୍ରତିନିଧିତ୍ୱ କଲେ, ହିଞ୍ଜିଳି ଏବଂ ଏବେ ପ୍ରାର୍ଥୀ ହୋଇଥିବା ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଅଧିକ ଲୋକ ଦାଦନ ଖଟିବାକୁ ଯାଉଛନ୍ତି। ଦୀର୍ଘ ୨୪ ବର୍ଷ ଶାସନରେ ପ୍ରଶ୍ନ କଲେ ଗାଳି ହେଉଛି। ଚଳିତ ଥର ନିର୍ବାଚନ ଓଡ଼ିଆ ଅସ୍ମିତା, ଅସ୍ମିତ୍ୱ ଏବଂ ଓଡ଼ିଶାର ଭବିଷ୍ୟତ, ନୂଆପିଢ଼ିଙ୍କ ପାଇଁ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri