ସାମ୍ନାକୁ ଆସିଲା ବଡ଼ କାରଣ, ଯୁବକ କାହିଁକି କାଟିଲେ ନାବାଳିକାଙ୍କ ତଣ୍ଟି

ବଲାଙ୍ଗୀର,୨୨ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବର୍ହା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମାୟାବର୍ହା ଗାଁର ଜଣେ ନାବାଳିକା ଝିଅର ତଣ୍ଟି କାଟି ଜଣେ ଯୁବକ ଫେରାର ହୋଇଯାଇଛନ୍ତି। ନାବାଳିକାଙ୍କୁ ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପରିବାର ଲୋକେ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ତୁରନ୍ତ ଆଣିଥିଲେ।
ତାଙ୍କ ବେକରେ ଜୋର ଆଘାତ ଲାଗିଛି। ବେକରୁ ପ୍ରଚୁର ରକ୍ତସ୍ରାବ ହେଉଛି। ସେପଟେ ଝିଅର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଏନେଇ ପରିବାର ଲୋକ ଯୁବକ କାହିଁକି ଏମିତି କଲେ ଏହା ପଛରେ ପ୍ରେମ ସମ୍ପର୍କ ନା ଆଉ କିଛି କାରଣ ରହିଛି ପଚାରିବାରୁ ଜାଣି ନ ଥିବା କହିଛନ୍ତି। ପରିବାର ଲୋକେ ଯୁବକଙ୍କୁ ଗିରଫ କରିବା ପାଇଁ ଦାବି ଜଣାଇଛନ୍ତି। ଯୁବକଙ୍କ ନାଁ ଜଣା ପଡ଼ି ନ ଥିବା ବେଳେ ଝିଅର ମାଆଙ୍କ ପରିବାର ସମ୍ପର୍କୀୟ ବୋଲି ଜଣାପଡ଼ିଛି। ଯୁବକ ଜଣକ ନିକଟ ଏକ ଗାଁ ପଣ୍ଡରିପାଲିର ବୋଲି ପରିବାର ଲୋକେ କହିଛନ୍ତି। ଅନ୍ୟପଟେ ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି ଯୁବକ ଜଣକ ଝିଅର ମାମୁ ପୁଅ। ଝିଅ ଓ ପୁଅର ପ୍ରେମ ସମ୍ପର୍କ ଥିବା ପୋଲିସ ଜାଣିବାକୁ ପାଇଛି। ପ୍ରେମସମ୍ପର୍କରୁ ଏହି ଘଟଣା ଘଟିଥିବା ପ୍ରଥମିକ ତଦନ୍ତରୁ ଜାଣିବାକୁ ପାଇଛି। ପୋଲିସ ଅଧିକ ତଦନ୍ତ ଜାରି ରଖିବା ସହିତ ଯୁବକଙ୍କୁ ଗିରଫ କରିବା ପାଇଁ ପୋଲିସ ଟିମ୍‌ ଖୋଜାଖୋଜି କରୁଥିବା ସଦର ଥାନାଧିକାରୀ ରାଜ କୁମାର ବିଶାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri