ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର:୩୦।୮: ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ।

ଏ ନେଇ ସବୁ ଜିଲାପାଳ ଏବଂ ବିଭାଗକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କରାଇବା ଲାଗି ଏକ ଆରାମଦାୟକ, ଏକାନ୍ତ ଏବଂ ସ୍ବଚ୍ଛ ସ୍ଥାନ ପ୍ରତିଷ୍ଠା କରାଯିବା ଲାଗି ଚିଠିରେ ଅନୁରୋଧ କରାଯାଇଛି । ଏହା ଦ୍ୱାରା ମା’ମାନଙ୍କୁ ସମର୍ଥନ ସହ ସେମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଧାନ୍ୟ ମିଳିବ।

ସେହିପରି ଗତ ଅଗଷ୍ଟ ୧୫ରେ ଋତୁସ୍ରାବ ପାଇଁ ରାଜ୍ୟର ସମସ୍ତ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି ମିଳିବ ବୋଲି ସରକାର ଘୋଷଣା କରିଥିଲେ। ସ୍ବାଧୀନତା ଦିବସ ପାଳନ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଘୋଷଣା କରିଥିଲେ। ଜଣେ ମହିଳା ହୋଇ ମହିଳାମାନଙ୍କ ସମସ୍ୟାକୁ ଉପଲବଧି କରି ଏଭଳି ନିଷ୍ପତ୍ତି ନେଇଥିଲେ।

କଟକରେ ୭୮ତମ ସ୍ବାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରି ଏହି ଘୋଷଣା କରିଥିଲେ । ସେ କହିଛନ୍ତି- ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରରେ କାର୍ଯ୍ୟରତ ସମସ୍ତ ମହିଳା କର୍ମଚାରୀ ଦିନଟିଏ ମାସିକ ଋତୁସ୍ରାବ ଜନିତ ଛୁଟି ପାଇବେ । ଋତୁସ୍ରାବ ଦିନ କିମ୍ବା ତା ପର ଦିନ ଯେଉଁ ଦିନକୁ ସେମାନେ ଛୁଟି ନେବାକୁ ବାଛିବେ, ସେ ଦିନ ତାଙ୍କୁ ଛୁଟି ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri