ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହାକି ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓ ଉପକୂଳ ମୁହାଁଇପାରେ । ତେବେ ବାତ୍ୟାର ତୀବ୍ରତା କେତେ ରହିବ ସେନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନାହିଁ । ମାତ୍ର ଜିଏଫଏସ ମଡେଲରେ ବାତ୍ୟା ରୂପ ଏକ ପ୍ରକାର ସ୍ପଷ୍ଟ ଦେଖିବାକୁ ମିଳୁଛି । ଜିଏଫଏସ ମଡେଲ କହୁଛି ସମୁଦ୍ରରେ ଥିବାବେଳେ ଏହା ବାତ୍ୟା ରୂପ ନେଇପାରେ । ମାତ୍ର ଉପକୂଳ ଓ ଛୁଇଁଲାବେଳକୁ ଦୁର୍ବଳ ହୋଇଯିବ । ଏହା ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଏଫଏସ ମଡେଲ ଆକଳନ କରିଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋସାଗରରେ ସୃଷ୍ଟି ହୋଇଛି ଅବପାତ । ଘଣ୍ଟା ପ୍ରତି ୧୨ କିମି ବେଗରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ପୂର୍ବ, ଦକ୍ଷିଣ-ପୂର୍ବ ପୁଡୁଚେରୀ ଠାରୁ ୩୯୦ କିମି ଦୂରରେ ରହିଛି । ଆନ୍ଧ୍ରପ୍ରଦେଶଠାରୁ ୪୫୦ କିମି ଦୂରରେ ରହିଛି । ଏହା ସହ ଚେନ୍ନାଇ ଠାରୁ ପ୍ରାୟ ୩୬୦ କିଲୋମିଟର ଦୂରରେ ଅଛି । ଧୀରେ ଧୀରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୧୭ ତାରିଖରେ ଏହା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ତଟରେ ପୁଡୁଚେରୀ ଓ ନେଲୋର ନିକଟରେ ଅବପାତ ଭାବେ ଅତିକ୍ରମ କରିପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri