ଆସୁଛି ବଡ଼ ବାତ୍ୟା! ଓଡ଼ିଶାରେ…

ଭୁବନେଶ୍ୱର,୨୪।୧୧: ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ତେବେ କେଉଁ ବାଟ ଦେଇ ଯିବ କେଉଁଠି ପ୍ରଭାବ ଦେଖାଇବ ତାର ଆକଳନ କରିନାହିଁ ପାଣିପାଗ ବିଭାଗ।

ମିଳିଥିବା ସୂଚନାନୁଯାୟୀ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଆନ୍ଧ୍ର ଓ ଓଡ଼ିଶା ଉପରେ ପଡିପାରେ । ହେଲେ ଓଡ଼ିଶା ଦେଇ ସ୍ଥଳଭାଗ ଛୁଇଁବାର ସମ୍ଭାବନା ନଥିବା ପାଣିପାଗ ବିଜ୍ଞାନୀ କହିଛନ୍ତି । ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୨୫ ତାରିଖରୁ ପବନର ବେଗ ବଢିବ । ୨୫ ସନ୍ଧ୍ୟାରୁ ପବନର ଘଣ୍ଟା ପ୍ରତି ବେଗ ୫୦-୬୦ କିଲୋମିଟର ରହିବ । ୨୬ ସକାଳୁ ୬୦ରୁ ୭୦ କିମିରେ ରହି ସର୍ବାଧିକ ୮୦ କିମି ହେବ। ୨୭ ସକାଳୁ ସର୍ବାଧିକ ୧୦୦ କିମି ରହିପାରେ ବୋଲି ସୂଚନା ମିଳିଛି।

ସେପଟେ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳାନା ମନ୍ତ୍ରୀ କହିଛନ୍ତି, ବାତ୍ୟାର ପ୍ରଭାବ ଯେତେ ବି ହେଉ ଆମେ ତା’ଠୁ ଅଧିକ ପ୍ରସ୍ତୁତି କରିବୁ। ଆମେ ମୋନ୍ଥା ବେଳକୁ ପ୍ରସ୍ତୁତ ଥିଲୁ କିନ୍ତୁ ବାତ୍ୟା ଆସିଲାନି। ଆମ ପ୍ରସ୍ତୁତି ଦେଖି ବାତ୍ୟା ପଳାଉଛି।’

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri