Posted inଜାତୀୟ

ଜମ୍ମୁ-କଶ୍ମୀର ନିର୍ବାଚନକୁ ନେଇ ଆସିଲା ବଡ ଅପଡେଟ

ଶ୍ରୀନଗର,୧୨।୮: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନକୁ ଅପେକ୍ଷା କରିଥିବା ଲୋକଙ୍କ ପାଇଁ ଏକ ଅପଡେଟ ଆସିଛି। ଯଦି ସବୁକିଛି ଠିକ ରହିବ ତେବେ ଶୀଘ୍ର ଏଠାରେ ନିର୍ବାଚନ ଅନୁଷ୍ଠିତ ହୋଇପାରିବ । ଯଦିଓ ନିର୍ବାଚନ ଆୟୋଗର ଆକଳନରୁ ଜଣାପଡିଛି ଯେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ କରିବା ବର୍ତ୍ତମାନର ସୁରକ୍ଷା ପରିସ୍ଥିତିରେ ଏକ ଆହ୍ବାନପୂର୍ଣ୍ଣ କାର୍ଯ୍ୟ, କିନ୍ତୁ ନିର୍ବାଚନ ଆୟୋଗ ବିଭିନ୍ନ ସମୟରେ ନିର୍ବାଚନ କରିବାର ବିକଳ୍ପ ଉପରେ ଦୃଷ୍ଟି ରଖିଛନ୍ତି।
ସୂଚନାନୁସାରେ, ଉତ୍ତର କଶ୍ମୀରରେ ପ୍ରଥମେ ନିର୍ବାଚନ ହୋଇପାରେ। ଏହା ପରେ ଉତ୍ତର ଏବଂ ଦକ୍ଷିଣ କାଶ୍ମୀର, ପରେ କେନ୍ଦ୍ରୀୟ କାଶ୍ମୀର ଏବଂ ଜମ୍ମୁରେ ଭୋଟ ପ୍ରକ୍ରିୟା ଶେଷ ହୋଇପାରେ। ଇକୋନୋମିକ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗତ ସପ୍ତାହରେ ଜମ୍ମୁ କଶ୍ମୀର ପ୍ରଶାସନ ଏବଂ ସୁରକ୍ଷା ବିଭାଗ ନିର୍ବାଚନ ଆୟୋଗଙ୍କ ନିକଟରେ ଏକ ରିପୋର୍ଟ ଦାଖଲ କରିଥିଲେ। ଏଥିରେ କୁହାଯାଇଛି ନିର୍ବାଚନ ପାଇଁ କେଉଁ କେଉଁ ବିକଳ୍ପ ରହିପାରିବ।

ଏହି ରିପୋର୍ଟ ଅନୁଯାୟୀ ଜମ୍ମୁ କଶ୍ମୀରରେ ନିର୍ବାଚନ ୪-୫ ପର୍ଯ୍ୟାୟରେ ହୋଇପାରେ। ଏହା ବ୍ୟତୀତ ନିର୍ବାଚନ ଆୟୋଗର ମୁଖ୍ୟ ରାଜୀବ କୁମାରଙ୍କ ନେତୃତ୍ୱରେ ସମଗ୍ର ଆୟୋଗ ୮ ରୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ଶ୍ରୀନଗର ଏବଂ ଜମ୍ମୁ ଗସ୍ତରେ ଆସିଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ଗତ ବିଧାନସଭା ନିର୍ବାଚନ ୨୦୧୪ରେ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri