ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ ଅନେକ ହିତାଧିକାରୀଙ୍କୁ ଆଶ୍ବସ୍ତି ମିଳିବାକୁ ଯାଉଛି । ତେବେ ସରକାର ଏହି ଟଙ୍କା କେବେ ପ୍ରଦାନ କରିବେ ? ଟଙ୍କା କାହା ଆକାଉଣ୍ଟକୁ ଯିବ ?

Subhadra Yojana:ଦ୍ୱିତୀୟ କିସ୍ତି ସୁଭଦ୍ରା ଯୋଜନାରେ ଟଙ୍କା ପ୍ରଦାନ ପରେ ଏକାଥରେ ଅଗଷ୍ଟରେ ରାକ୍ଷୀ ପୂର୍ଣ୍ଣିମା ବେଳକୁ ଟଙ୍କା ମିଳିବ ବୋଲି ଅନେକ ଆଶା କରୁଥିଲେ । ଏହାରି ଭିତରେ ପୁଣି ଟଙ୍କା ଆସିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା ।

Subhadra Yojana: ଏହାରି ଭିତରେ ତୃତୀୟ ପର୍ଯ୍ୟାୟ ଟଙ୍କା ବାବଦରେ ବଡ ଅପଡେଟ ଆସିଛି । ପ୍ରଭାତୀଙ୍କ ସୂଚନାନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ମିିଳିବ । ଆସନ୍ତା ୨୨ ଏବଂ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Subhadra Yojana: ଅର୍ଥାତ ଯେଉଁମାନଙ୍କୁ ବର୍ତ୍ତମାନ ଯାଏଁ ସୁଭଦ୍ରା ଟଙ୍କା ମିଳିନାହିଁ, ସେମାନଙ୍କୁ ଏକାସହ ୨ଟି କିସ୍ତି ଅର୍ଥାତ ୧୦ ହଜାର ଟଙ୍କା ମିଳିବ । ଯେଉଁମାନେ ଏହି ଯୋଜନାରେ ପଞ୍ଜିକୃତ ହୋଇ ଯୋଗ୍ୟ ବିବେଚିତ ହେବେ ସେମାନଙ୍କୁ ଖୁବଶୀଘ୍ର ଏହି ଟଙ୍କା ପ୍ରଦାନ କରାଯିବ । ଟଙ୍କା ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ପହଞ୍ଚିବ।

Subhadra Yojana: ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କ ସହ ଉପମୁଖ୍ୟମନ୍ତ୍ରୀଙ୍କ ଆଲୋଚନା କରିଛନ୍ତି। କହିଛନ୍ତି,ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ହେବ ବୋଲି କୁହାଯାଇଥିଲା। ରବିବାର ସୁଦ୍ଧା ଯାହା ରିପୋର୍ଟ ଆସିଛି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ନୂଆ ଆବେଦନ ଆସିଛି। ଜିଲ୍ଲା ୱାରି ସେ ଆବେଦନର ସର୍ଭେ କରାଯିବ। ଜିଲ୍ଲାରୁ ରିପୋର୍ଟ ଦେବେ ଯେଉଁମାନେ ଆବେଦନ କରିଛନ୍ତି ସେମାନେ ସଠିକ ହିତାଧିକାରୀ କି ନାହିଁ।

Subhadra Yojana: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ସୁଭଦ୍ରାକୁ ସହଜ ଉପଲବ୍ଧ କରିବା ପାଇଁ ସର୍ଭେ ହେବ। ତୃତୀୟ କିସ୍ତି ପରେ ଯେଉଁମାନେ ୨୧ ବର୍ଷ ହୋଇ ଯାଇଥିବେ, ସେମାନେ ବି କରି ପାରିବେ ଆବେଦନ। ତାଙ୍କ ପାଇଁ ପୁଣି ସୁଭଦ୍ରା ପୋର୍ଟାଲ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?