ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ ହେଲେ ବମୋକେଇ ପଞ୍ଚାୟତ ଖଇରପଙ୍କ ଗ୍ରାମର ବିଭୁ ସାହୁ(୩୨)। ବିଭୁ ବାଇକ ଯୋଗେ ଯାଉଥିବା ବେଳେ ରାସ୍ତାରେ ଏକ ଷଣ୍ଢକୁ ପ୍ରଥମେ ଧକ୍କା ଦେଇ ରାସ୍ତାକଡର ଗଛରେ ପିଟି ହୋଇ ଚାଷଜମିରେ ପଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ବମୋକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିବା ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ କହିଛନ୍ତି। ଏନେଇ କେ.ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ ବାୟକଙ୍କୁ ପଚାରିବାରୁ ବୁଧବାର ବ୍ୟବଚ୍ଛେଦ କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାଇଛନ୍ତି।

Dharitri – Odisha’s No.1 Odia Daily

Share