ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୯ା୯(ଡି.ଏନ୍‌.ଏ.):ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ରବିବାର ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୭,୪୩୧ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୦୮,୬୩୯ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧,୧୬,୦୭୦କୁ ବୃଦ୍ଧି ପାଇଛି। ରାଜନଗର ଭାରପ୍ରାପ୍ତ ଡିଏଫ୍‌ଓ ଅଧୀର କୁମାର ବେହେରାଙ୍କ ସୂଚନା ମୁତାବକ, ଗତ ୮ ତାରିଖରୁ ୧୨ ତାରିଖ ଯାଏଁ ୫ ଦିନ ଧରି ଭିତରକନିକାର ମଠଆଡିଆ, ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆରେ ପକ୍ଷୀ ଗଣନା କରାଯାଇଥିଲା। ବନ ବିଭାଗର ୩ଟି ଟିମ୍‌ ପକ୍ଷୀ ଗଣନା କରିଥିଲେ। ମଠଆଡିଆରେ ୮୮୦ ଗଛର ୧୩,୨୨୬ ବସାରେ ୨୬,୪୫୨ ବଡ଼ ପକ୍ଷୀ ଓ ୩୬,୯୦୬ ଛୁଆ ମୋଟ ୬୪,୩୫୮ପକ୍ଷୀଙ୍କୁ ଗଣନା କରାଯାଇଥିଲା। ଲକ୍ଷ୍ମୀପ୍ରସାଦଡିଆରେ ୬୩୬ ଗଛର ୯,୭୪୨ଟି ବସାରେ ୧୯,୪୮୪ ବଡ଼ ପକ୍ଷୀ ଚିହ୍ନଟ ହୋଇଥିବାବେଳେ ୨୫,୫୦୧ ଛୁଆ ମୋଟ ୪୪,୯୮୫ ପକ୍ଷୀ ଚିହ୍ନଟ କରାଯାଇଛି। ସେହିପରି ଦୁର୍ଗାପ୍ରସାଦଡିଆରେ ୧୦୨ ଗଛର ୧,୪୯୬ଟି ବସାରେ ୨,୯୫୨ ବଡ଼ ପକ୍ଷୀ ଚିହ୍ନଟ ହୋଇଥିବା ବେଳେ ୩,୭୩୫ ଛୁଆ ପକ୍ଷୀ ମୋଟ ୬,୭୨୭ ପକ୍ଷୀ ଗଣନା କରାଯାଇଛି। ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ ପ୍ରକାର ପକ୍ଷୀଙ୍କ ସମାଗମ ହୋଇଛି। ପକ୍ଷୀଗୁଡ଼ିକ ମଧ୍ୟରେ ଗେଣ୍ଡାଳିଆ, ରାଣୀବଗ, ମଝିଆ ବଗ, ଛୋଟ ବଗ, ଖଇରା ବଗ, ମାଟିଆ ବଗ, ପାଣିକୁଆ, ଅନ୍ଧାରିଆ ବଗ, କାପରଖାଇ, ଦା ବେଣ୍ଟିଆ ପ୍ରଭୃତି ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ଏହି ଗଣନାକାର୍ଯ୍ୟରେ କନିକା ରେଞ୍ଜ୍‌ ଅଫିସର ମାନସ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବନପାଳ କପିଳେନ୍ଦ୍ର ପ୍ରଧାନ, ପ୍ରଶାନ୍ତ ସିଂ ପ୍ରମୁଖ ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ଜୁନ୍‌ ଶେଷ ଭାଗରୁ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ସେମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ଆସିଥିବା ସ୍ଥାନକୁ ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶ ବିସ୍ତାର ଓ ଭିତରକନିକାରେ ରହିଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?