ନୀଳଚକ୍ର ବାନାରେ ବସିଲା ଚିଲ: ଅଶୁଭ ସଂକେତ, ଘଟିପାରେ…

ପୁରୀ,୨୬ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ସୋମବାର ପୂର୍ବାହ୍ନରେ କିଛି ସମୟ ଧରି ଏକ ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛି ମାସ ବ୍ୟବଧାନ ପରେ ଏହା ଦ୍ୱିତୀୟ ଘଟଣା ବୋଲି ଜଣାପଡ଼ିଛି। ଚିଲଟି କିଛି ସମୟ ନୀଳଚକ୍ର ଅକ୍ଷୟଦଣ୍ଡରେ ବସିବା ପରେ ଉଡ଼ିଚାଲିଯାଇଥିଲା। ସୋମବାର ସକାଳ ପ୍ରାୟ ୬ଟା ୩୦ରୁ ୭ଟା ମଧ୍ୟରେ ଏହି ଘଟଣା ଘଟିଥିଲା। ୧୦ ରୁ ୧୫ ମିନିଟ୍‌ ଧରି ଚିଲଟି ଅକ୍ଷୟଦଣ୍ଡ ଉପରେ ବସିଥିଲା। ପତିତପାବନ ବାନା ଉପରେ ଚିଲ ବସିବା ଶୁଭ କି ଅଶୁଭ ତାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। କେତେଜଣ ସେବାୟତ ଏହାକୁ ମହାପ୍ରଭୁଙ୍କ ଅଶୁଭ ସଂକେତ କରୁଥିବା ବେଳେ ଅନ୍ୟ କେତେଜଣ ଏହାକୁ ସାଧାରଣ ବୋଲି କହିଛନ୍ତି। ଚିଲ ପତିତପାବନ ବାନା ଉପରେ ବସିଲେ ଦେଶରେ ବିପର୍ଯ୍ୟୟ ଘଟିଥାଏ ବୋଲି ଅନେକେ ମତ ଦେଇଛନ୍ତି। ଅନ୍ୟପକ୍ଷରେ ଏହା ଏକ ସାଧାରଣ କଥା ବୋଲି ଅନେକ ବ୍ୟକ୍ତିବିଶେଷ ମତ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri