ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨ ପର୍ବତ ଶିଖରକୁ ରବିବାର ସକାଳ ୬ଟା ୯ ମିନିଟ୍‌ରେ ସଫଳତାର ସହ ଆରୋହଣ କରିଥିଲେ। ସେଠାରେ ସେ ଦେଶମାତୃକାର ଜାତୀୟ ପତାକା ତ୍ରିରଙ୍ଗା ଉଡ଼ାଇ ଥିଲେ। ଏହାସହିତ ମାଁ ସମଲେଶ୍ୱରୀଙ୍କ ପ୍ରତିଛବି ଧରି ଛିଡ଼ା ହୋଇଥିବାବେଳେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ପତାକାକୁ ମଧ୍ୟ ସେ ସେଠାରେ ଉଡ଼ାଇ ଥିଲେ। ଜମ୍ମୁ-କଶ୍ମୀରର ପହଲଗାମ୍‌ସ୍ଥିତ ଜବାହର ପର୍ବତାରୋହଣ ଓ ଶୀତକାଳୀନ କ୍ରୀଡ଼ା ପ୍ରତିଷ୍ଠାନ ଅଧୀନରେ ଆୟୋଜିତ ଉନ୍ନତ ପର୍ବତାରୋହଣ ପ୍ରଶିକ୍ଷଣ, ୫୫ତମ ବ୍ୟାଚ୍‌ରେ ସେ ଅଂଶଗ୍ରହଣ କରିଥିଲେ। ଗତ ୬ତାରିଖରୁ ଏହି ପ୍ରଶିକ୍ଷଣ ଆରମ୍ଭ ହୋଇଥିବାବେଳେ ୨୭ ତାରିଖରେ ଉପରୋକ୍ତ ପର୍ବତ ଶିଖରରେ ସେ ତ୍ରିରଙ୍ଗା ଉଡ଼ାଇଥିଲେ। ମାଉଣ୍ଟ ମଚୋଇ-୨ ଏକ ଉଚ୍ଚତାରେ ଅତ୍ୟନ୍ତ କଠିନ ଓ ପ୍ରାକ୍ତିକ ଦକ୍ଷତା ଆବଶ୍ୟକ କରୁଥିବା ପର୍ବତାରୋହଣ ଲକ୍ଷ୍ୟ। ହିମନଦୀ, ବରଫ ଫାଟ, ଖଡ଼ା ବରଫ ଓ ତୁଷାର ଅଞ୍ଚଳ, ପାଣିପାଗର ଦ୍ରୁତ ପରିବର୍ତ୍ତନ ଏବଂ ଉଚ୍ଚତାଜନିତ ଚ୍ୟାଲେଞ୍ଜ ଯୋଗୁ ଏହି ଆରୋହଣ ଅଧିକ କଠିନ ହୋଇଥାଏ। ତେବେ ଏହି ସଫଳତା ଆଶୀର୍ବାଦଙ୍କ ପର୍ବତାରୋହଣ ଯାତ୍ରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଯୋଡ଼ି ଥିବାବେଳେ ଏହା ଓଡ଼ିଶା, ବରଗଡ଼ ଓ ସଂକଳ୍ପ ପରିବାର ପାଇଁ ଗୌରବର ମୁହୂର୍ତ୍ତ ପାଲଟିଛି ବୋଲି ମତପ୍ରକାଶ ପାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?