ପ୍ରାକୃତିକ ବିପର୍ଯ୍ୟୟ ଭୟ: ମୁକାବିଲା ନିମନ୍ତେ ଦିଗପହଣ୍ଡିରେ ବସିଲା ପ୍ରସ୍ତୁତି ବୈଠକ

ଦିଗପହଣ୍ଡି,୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସଭାଗୃହରେ ବୁଧବାର ବ୍ଳକସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ତହସିଲଦାର ସନ୍ତୋଷ କୁମାର ସାହୁ, ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ, ଭାରପ୍ରାପ୍ତ ବ୍ଳକ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ବିଭୂଦତ୍ତ ମିଶ୍ର , ଜିପିଡିଓ ଉମେଶ ସେଠୀ,ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇଙ୍କ ସମେତ ବ୍ଳକର ବିଭିନ୍ନ ବିଭାଗର କାର୍ଯ୍ୟରତ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ। ପ୍ରାକୃତିକ ବିପର୍ଯ୍ୟୟ ଯଥା ବନ୍ୟା , ବାତ୍ୟା କିମ୍ବା ଅଗ୍ନିକାଣ୍ଡ ସମୟରେ ପ୍ରଭାବିତ ଲୋକଙ୍କୁ କିପରି ସୁରକ୍ଷିତ ଭାବେ ଉଦ୍ଧାର କରାଯିବ । ନଦୀ ନାଳରେ ବନ୍ୟାଜଳ ବୃଦ୍ଧି ପାଇବା ସମୟରେ ନଦୀ ତଳିଆ ଅଞ୍ଚଳ ଲୋକ ଏବଂ ବିଶେଷ କରି ଗର୍ଭବତୀ ପ୍ରସୂତି ମହିଳାମାନଙ୍କୁ ସଜାଗ ରହିବା ନିମନ୍ତେ ସଚେତନତା କରାଇବା, ଆବଶ୍ୟକସ୍ଥଳେ ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପରେ ନିରାପଦ ସ୍ଥାନ ତଥା ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କିପରି କରିପାରିବା ସେ ନେଇ ବୈଠକରେ ଆଲୋକପାତ କରାଯାଇଥିଲା। ଏହି ବୈଠକରେ ସ୍ବାସ୍ଥ୍ୟ , ଶିକ୍ଷା , କୃଷି , ଜଳ ଓ ପରିମଳ , ତହସିଲ , ଅଗ୍ନିଶମ , ଦିଗପହଣ୍ଡି ଓ କେ. ନୂଆଗାଁ ଥାନା, ସମନ୍ବିିତ ଶିଶୁ କଲ୍ୟା, ବନବିଭାଗ , ଘୋଡାହାଡ ଜଳସେଚନ, ଛେଳିଗଡ କେନାଲ ଡିଭିଜନ ସମେତ ବ୍ଳକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ର୍ନିବାହୀ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri