Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା…

ଅହମଦାବାଦ,୫।୧୧ : ଗୁଜୁରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏକ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ଜୟନାରାୟଣ ବ୍ୟାସ ଶେଷରେ ଭାଜପା ଛାଡିଛନ୍ତି। ଜୟ ନାରାୟଣ ଭାଜପାର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ସିଦ୍ଧପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁଥିଲେ।

ନିକଟରେ ସେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ଭେଟିଥିଲେ। ଗେହଲଟ କଂଗ୍ରେସ ପକ୍ଷରୁ ଗୁଜରାଟର ସ୍ବତନ୍ତ୍ର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତିି। ସେବେଠାରୁ ଜୟ ନାରାୟଣ କଂଗ୍ରେସରେ ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଥିଲା।

ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ଦଳରେ ଭିନ୍ନ ଭିନ୍ନ ଗୋଷ୍ଠୀ ଗଠନ ହେବା କାରଣରୁ ଗୁଜରାଟରେ ଭଜପାର ଅବସ୍ଥା ବିଗିଡି ଯାଇଛି।
ସଂଗଠନ ଭାଙ୍ଗିବା ପାଇଁ ଗୁଜରାଟ ଭାଜପା ଅଧ୍ୟକ୍ଷ ସିଆର୍‌ ପାଟିଲଙ୍କ ବିରୋଧରେ ସେ ଅଭିଯୋଗ ଆଣିଛନ୍ତି। ପାଟିଲ ସର୍ବଦା ଗୋଷ୍ଠୀବାଦ ସହ ଜଡିତ। ସଂଗଠନର କାମ ହେଉଛି ଏକଜୁଟ ହେବା। କିନ୍ତୁ ଏହାର ଉଲ୍ଲଂଘନ ସେମାନେ କରୁଛନ୍ତି।

ସେ ଦଳ ଛାଡିବା ପରେ ପାଟିଲ କହିଛନ୍ତି ଯେ ସେ ୩୨ ବର୍ଷ ଧରି ଭାଜପା ସହଥିଲେ। ଗତ ୧୦ ବର୍ଷରେ ଜୟ ନାରାୟଣ ଦୁଇଥର ନିର୍ବାଚନରେ ହାରିଛନ୍ତି। ତଥାପି ଭାଜପା ତାଙ୍କୁ ଟିକେଟ ଦେଇଥିଲା। ଏଥର ଦଳ ୭୫ ବର୍ଷରୁ ଅଧିକ ବୟସ୍କ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାକୁ ନିଷ୍ପତ୍ତି ନେଇଛି। ତାଙ୍କ ଇସ୍ତଫା ପାଇଁ ଏହା ଏକ କାରଣ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri