ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ ମାମଲାରେ ପୁଲିସ ୨୭ କିଲୋ ୫୧୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।
ଏନେଇ ଭଞ୍ଜନଗର ଥାନାରେ କେସ ନମ୍ବର ୭୩୨/୨୦୨୬ରେ ଏନ୍ଡିପିଏସ ଆଇନର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ ହୋଇଛି।
ପୋଲିସ ଜବତ କରିଥିବା ସାମଗ୍ରୀ ମଧ୍ୟରେ ୨୭ କିଲୋ ୫୧୦ ଗ୍ରାମ ଗଞ୍ଜେଇ ସହ ଏକ ହିରୋ ଏଚଏଫ ଡିଲକ୍ସ ମୋଟରସାଇକେଲ, ଗୋଟିଏ ମୋବାଇଲ ଫୋନ ଓ ନଗଦ ୬୯୦ ଟଙ୍କା ରହିଛି। ନିଶା କାରବାରକୁ ମୂଳୋତ୍ପାଟନ କରିବା ଏବଂ ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ଗଞ୍ଜାମ ପୋଲିସ ର ଏହି ଅଭିଯାନ ଆଗାମୀ ଦିନରେ ମଧ୍ୟ ଆହୁରି ଜୋରଦାର ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily