Posted inଜାତୀୟ

କେଜରିଓ୍ବାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ ଶେଷ ହେଉନାହିଁ। ସଦ୍ୟତମ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୁଧବାର କୋର୍ଟରେ ହାଜର କରାଯାଇଥିଲା। ରାଉଜ ଆଭେନ୍ୟୁ କୋର୍ଟ କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ ବୁଧବାର ନ୍ୟାୟିକ ହେପାଜତ ଶେଷ ହେବା ପରେ ଅରବିନ୍ଦ କେଜରିୱାଲଙ୍କୁ ତିହାର ଜେଲରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିଲା। ଏଠାରୁ କୋର୍ଟ ମଖ୍ୟମନ୍ତ୍ରୀଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।
ଏକ୍ସାଇଜ ମାମଲାରେ ଇଡି ମାର୍ଚ୍ଚ ୨୧ ରେ ୨ଘଣ୍ଟା ପଚରାଉଚରା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରିଥିଲା। ସେବେଠାରୁ ସେ ତିହାର ଜେଲରେ ଅଛନ୍ତି। ପ୍ରକାଶ ଥାଉକି, ସେ ଲୋକ ସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ସୁପ୍ରିମକୋର୍ଟଙ୍କଠାରୁ ତିନି ସପ୍ତାହ ଅର୍ଥାତ୍‌ ଜୁନ ୧ ପର୍ଯ୍ୟନ୍ତ ଅସ୍ଥାୟୀ ଜାମିନ ପାଇଥିଲେ। ଭୋଟ ଶେଷ ହେବା ପରେ ପରଦିନ ଜୁନ ୨ ରେ ସେ ଆତ୍ମସମର୍ପଣ କରିଥିଲେ।
ଗତ ସପ୍ତାହ ପୂର୍ବରୁ, କେଜରିୱାଲ ତାଙ୍କ ସ୍ତ୍ରୀଙ୍କୁ ମେଡିକାଲ ବୋର୍ଡ ବସିବା ଏବଂ ପରୀକ୍ଷା ସମୟରେ ପ୍ରାୟତଃ ତାଙ୍କ ଡାକ୍ତରୀ ଯାଞ୍ଚରେ ଯୋଗଦେବାକୁ ଅନୁମତି ମାଗି ଏକ ଅତିରିକ୍ତ ଆବେଦନ କରିଥିଲେ। ଏହି ମାମଲାରେ ଏହାର ଉତ୍ତର ଦାଖଲ କରିବାକୁ ଇଡି ଅତିରିକ୍ତ ସମୟ ମାଗିଛି। ଇଡିର ଓକିଲ କହିଛନ୍ତି ଯେ ଏପର୍ଯ୍ୟନ୍ତ ମେଡିକାଲ ବୋର୍ଡ ଗଠନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri