ସୁରକ୍ଷା ପରିଷଦରେ ରୁଷିଆକୁ ଝଟକା: ନର୍ଡ ଷ୍ଟ୍ରିମ୍‌ ପାଇପ ଲାଇନ ଭଙ୍ଗାରୁଜା ନେଇ ପ୍ରସ୍ତାବ ଖାରଜ…

ଜେନେଭା,୨୮।୩ : ରୁଷିଆରୁ ୟୁରୋପ ଯାଇଥିବା ନର୍ଡ ଷ୍ଟ୍ରିମ- ୧ ଏବଂ ନର୍ଡ ଷ୍ଟ୍ରିମ-୨ ଗ୍ୟାସ ପାଇପ ଲାଇନଗୁଡିକରେ ଭଙ୍ଗାରୁଜା ସମ୍ପର୍କରେ ରୁଷିଆ ଏକ ଅନ୍ତର୍ଜାତୀୟ ତଦନ୍ତ ଦାବି କରିଥିଲା । ଏଥିପାଇଁ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ଏକ ପ୍ରସ୍ତାବ ମଧ୍ୟ ଆଣିଥିଲା। କିନ୍ତୁ ୟୁଏନଏସସି ଏହି ପ୍ରସ୍ତାବକୁ ସମର୍ଥନ କରି ନାହିଁ। । ରୁଷିଆର ନ୍ୟୁଜ ଏଜେନ୍ସି ତାସ ରିପୋର୍ଟ କରିଛି ଯେ ନର୍ଡ ଷ୍ଟ୍ରିମର ଭଙ୍ଗାରୁଜା ସମ୍ପର୍କରେ ଅନ୍ତର୍ଜାତୀୟ ଅନୁସନ୍ଧାନ ଉପରେ ରୁଷିଆ ଏବଂ ଚାଇନା ପ୍ରସ୍ତାବକୁ ୟୁଏନଏସସି ଖାରଜ କରିଦେଇଛି।

ମିଳିତ ଜାତିସଂଘ ସୁରକ୍ଷା ପରିଷଦର ବୈଠକ ରୁଷିଆରୁ ଜର୍ମାନୀ ପର୍ଯ୍ୟନ୍ତ ନର୍ଡ ଷ୍ଟ୍ରିମ ଗ୍ୟାସ ପାଇପଲାଇନରେ ଗତ ବର୍ଷ ହୋଇଥିବା ଭଙ୍ଗରୁଜା ଘଟଣାର ନିରପେକ୍ଷ ତଦନ୍ତ ପାଇଁ ମସ୍କୋର ଆବେଦନକୁ ସୁରକ୍ଷା ପରିଷଦ ପ୍ରତ୍ୟାଖ୍ୟାନ କରିଛି। ସେପ୍ଟେମ୍ବର ୨୦୨୨ ରେ ବାଲଟିକ ସାଗର ତଳେ ହୋଇଥିବା ବିସ୍ଫୋରଣ ପାଇଁ ପାଶ୍ଚାତ୍ୟ ଦେଶମାନେ ରୁଷିଆକୁ ଦାୟୀ କରିଥିଲେ। କିନ୍ତୁ ପାଶ୍ଚାତ୍ୟ ଦେଶ ଲପରେ ରୁଷିଆ ଏନେଇ ଆରୋପ ଲଗାଇଥିଲା, ଯେ ସେମାନେ ପାଇପ ଲାଇନରେ ଜାଣିଶୁଣି ବିସ୍ଫୋରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri