ଥାନାରେ ଏତଲା ଦେଲା ବୋର୍ଡ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକ,୮ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏପରି କି ଏହା ଅତି ଦୁର୍ଭାଗ୍ୟର ବିଷୟ ଓ ୟୁଟ୍ୟୁବ ଚ୍ୟାନେଲରେ ଅପଲୋଡ୍‌ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବୋର୍ଡ ପକ୍ଷରୁ ଶନିବର ଏକ ପ୍ରେସ୍‌ ବିବୃତି ଜାରି କରି କୁହାଯାଇଛି। ଆହୁରି କୁହାଯାଇଛି ଯେ, ବୋର୍ଡ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ୪ରୁ ୭ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟର ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନଙ୍କ ଷାଣ୍ମାସିକ ପରୀକ୍ଷା ନିଜ ନିଜ ହାଇସ୍କୁଲ ଓ ସଂସ୍କୃତ ଟୋଲ୍‌ରେ ଅନୁଷ୍ଠିତ ହୋଇଛି। ଏଥିନିମନ୍ତେ ବୋର୍ଡ ପକ୍ଷରୁ ସମସ୍ତ ବିଷୟର ପ୍ରଶ୍ନପତ୍ର ପ୍ରସ୍ତୁତ କରି ଜିଲା ଶିକ୍ଷା ଅଧିକାରୀଙ୍କୁ ଯୋଗାଇ ଦିଆଯାଇଥିଲା। ଉକ୍ତ ପ୍ରଶ୍ନପତ୍ରକୁ ସମସ୍ତ ସ୍କୁଲ୍‌କୁ ପଠାଇବାକୁ ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଇଯାଇଥିଲା। ଏପରି କି ସମସ୍ତ ସାବଧାନତା ଅବଲମ୍ବନ କରି ପରୀକ୍ଷା ପରିଚାଳନା କରିବା ପାଇଁ ସବୁ ଅନୁଷ୍ଠାନର ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେବାନିମନ୍ତେ ଜିଲା ଶିକ୍ଷା ଅଧିକାରୀଙ୍କୁ ବୋର୍ଡ ପକ୍ଷରୁ ଅନୁରୋଧ କରାଯାଇଥିଲା। ବିଦ୍ୟାଳୟଗୁଡ଼ିକ ପରୀକ୍ଷା ପରିଚାଳନା କରିବା ସହ ଉତ୍ତର ଖାତାର ମଧ୍ୟ ମୂଲ୍ୟାୟନ କରିବେ ଓ ପିଲାମାନଙ୍କ ନମ୍ବର ନିଜ ପାଖରେ ରଖିବେ ବୋଲି ନିର୍ଦ୍ଦେଶ ଥିଲା। ଯେହେତୁ ଏହି ପରୀକ୍ଷାର ମାଟ୍ରିକ ପରୀକ୍ଷାରେ କୌଣସି ସମ୍ପର୍କ ନାହିଁ ତେଣୁ ଏହି ନମ୍ବରକୁ ବୋର୍ଡ ୱେବ୍‌ସାଇଟରେ ଅପ୍‌ଲୋଡ କରିବାର ବ୍ୟବସ୍ଥା କରାଯାଇ ନାହିଁ। ହେଲେ କେତେକ ୟୁଟ୍ୟୁବ୍‌ ଚ୍ୟାନେଲରେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଓ ଏହାର ଉତ୍ତର ଅପ୍‌ଲୋଡ ହୋଇଥିବା ଦୃଷ୍ଟିଗୋଚର ହେବା ପରେ ବୋର୍ଡ ସାଇବର ଥାନା, କ୍ରାଇମ ବ୍ରାଞ୍ଚ, କଟକଙ୍କ ନିକଟରେ ଅଭିଯୋଗ ଦାଖଲ କରିଛି।
ସୂଚନାଥାଉକି ଗତ ୪ ତାରିଖଠାରୁ ରାଜ୍ୟରେ ଆରମ୍ଭ ହୋଥିବା ଦଶମ ଶ୍ରେଣୀର ଷାଣ୍ମାସିକ ପରୀକ୍ଷା ଶନିବାର ଶେଷ ହୋଇଛି। ପ୍ରାୟ ୫ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଛନ୍ତି। ବୁଧବାର ପ୍ରଥମ ପରୀକ୍ଷା ଥିବାବେଳେ ପରୀକ୍ଷା ପୂର୍ବରୁ ସାମାଜିକ ଗଣମାଧ୍ୟମରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ପଦାକୁ ଆସିବା ପରେ ଅଧିକାଂଶ ମେଧାବୀ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହାପରେ ବୋର୍ଡ ସଭାପତି ଜ୍ୟୋତିପ୍ରକାଶ ଦାସ ଟେକ୍ନିକାଲ ଯାଞ୍ଚପାଇଁ କୋଲ୍‌କାତାର ଏକ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଥିବା କହିଥିଲେ। ଏପରି କି ସମ୍ପୃକ୍ତ ୟୁଟ୍ୟୁବ ବିରୋଧରେ ବୋର୍ଡ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri