ରାସ୍ତାରେ ପଡିଥିଲା ଦରପୋଡ଼ା ମୃତଦେହ, ଏବେ ଜଣାପଡ଼ିଲା ତାହା ଏଏସଆଇ ଗୋଲାପୀଙ୍କର

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼-ଭବାନୀପାଟଣା ଯାଉଥିବା ୨୬ ନମ୍ବର ଜାତୀୟ ରାଜପଥର ବନମାଳିିପୁର ଛକ ନିକଟରେ ରବିବାର ସକାଳୁ ବାଇକ ସହ ଜଣେ ପୋଲିସ ଏଏସଆଇଙ୍କ ଜଳନ୍ତା ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ମୃତ ପୋଲିସ ଏଏସଆଇଙ୍କ ନାମ ପବିତ୍ର ଗୋଲାପୀ(୪୩) ହୋଇଥିବାବେଳେ ତାଙ୍କ ଘର କୋରାପୁଟ ଜିଲା ବୋରିଗୁମା ଥାନା ସାନଦୁବଲି ଗ୍ରାମ ବୋଲି ଜଣାପଡିଛି। ମୃତ ପୋଲିସ ଏଏସଆଇ କଳାହାଣ୍ଡି ଜିଲାର କେଗାଁ ଥାନାରେ କାର୍ଯ୍ୟରତ ଥିବାବେଳେ ଗତ ମାସ ଶେଷରେ ତାଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଥିଲା। ଯାହାଫଳରେ ସେ ଭବାନୀପାଟଣାସ୍ଥିତ ପୋଲିସ ରିଜର୍ଭ ଠାରେ କାର୍ଯ୍ୟ କରୁଥିଲେ। ଶନିବାର ବିଳମ୍ବିତ ରାତିରେ ଭବାନୀପାଟଣାରୁ କୋରାପୁଟକୁ ବାଇକରେ ଯାଉଥିବାବେଳେ ବାଟରେ ବନମାଲିପୁର ଛକ ନିକଟରେ ଏକ ଅଟକି ଥିବା ଟ୍ରକରେ ପିଟିହୋଇ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ଠାରୁ ସୂଚନା ମିଳିଛି। ଦୁର୍ଘଟଣା ଟି ପରେ ବାଇକ ରେ ନିଆଁ ଲାଗିଯିବା ସହ ପୋଲିସ ଏ ଏସ ଆଇ ଙ୍କ ଦେହରେ ମଧ୍ୟ ନିଆଁ ଲାଗି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ସେ ଜଳି ଯାଇ ପୋଡି ଯାଇଥିଲେ।ସୂଚନା ପାଇଁ ରବିବାର ସକାଳରେ ସ୍ଥାନୀୟ ପୋଲିସ ପୋଲିସ ଘଟଣା ସ୍ଥଳକୁ ସାଇଣ୍ଟିଫିକ ଟିମ ସହ ସନ୍ଧାନୀ କୁକୁର ଆସି ତଦନ୍ତ କରିଥିଲା। ତେବେ ଦୁର୍ଘଟଣା ରାତିରେ ଉକ୍ତ ରାସ୍ତା ଦେଇ କୋରାପୁଟ ଜିଲାର ଜଣେ ପୋଲିସ ଅଧିକାରଣୀ ଓ ସ୍ଥାନୀୟ ଲୋକେ ଏହି ଦୃଶ୍ୟ ଦେଖିଥିବା ପୋଲିସ ଠାରୁ ସୂଚନା ମିଳିଛି। ଅନ୍ୟପକ୍ଷରେ,ଦୁର୍ଘଟଣା ଘଟାଇ ଥିବା ଟ୍ରକକୁ ଧରିବା ପାଇଁ ପୋଲିସ ଚେଷ୍ଟା ଜାରି ରଖିଥିବା ଜୁନାଗଡ଼ ଆଇ ଆଇ ସି ଶେଷଦେ ବେହେରା ସୂଚନା ଦେଇଛନ୍ତି। ସେହିପରି ପରିବାର ଲୋକ ଆସିବା ପରେ ପୋଲିସ ଅଧିକାରୀଙ୍କ ମୃତ ଦେହ ଉଦ୍ଧାର କରାଯିବା ନେଇଁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri