Posted inଫୁରସତ

ମଙ୍ଗଳରେ ବହି ଆକୃତିର ପଥର

ନୂଆଦିଲ୍ଲୀ: ବୈଜ୍ଞାନିକମାନେ ବର୍ତ୍ତମାନ ସମୟରେ ଉପଯୁକ୍ତ ଗ୍ରହର ଅନୁସନ୍ଧାନ କରୁଛନ୍ତି, ଯେଉଁଠାରେ ମଣିଷ ଜୀବନଯାପନ କରିପାରିବ। ଚନ୍ଦ୍ରଠାରୁ ଆରମ୍ଭ କରି ମଙ୍ଗଳ ପର୍ଯ୍ୟନ୍ତ ସବୁଠାରେ ଅନୁସନ୍ଧାନ ଜାରି ରହିଛି। ଏହା ମଧ୍ୟରେ ମଙ୍ଗଳ ମଣିଷ ପାଇଁ ଉପଯୁକ୍ତ ଗ୍ରହ ହେବ ବୋଲି କୁହାଯାଉଛି। ସେଥିପାଇଁ ମଙ୍ଗଳକୁ ନାସାର କ୍ୟୁରୋସିଟି ରୋଭର ପଠାଇଛି। ଏହା ଦ୍ୱାରା ମଙ୍ଗଳ ଗ୍ରହରୁ କ୍ୟୁରୋସିଟି ମାଧ୍ୟମରେ ପଠାଯାଉଥିବା ଚିତ୍ରଗୁଡ଼ିକୁ ଠିକ୍‌ ଭାବେ ଯାଞ୍ଚ କରିହେବ। ଏଥିସହ ଗ୍ରହରୁ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ହେଲେ ନିକଟରେ ଏପରି ଏକ ଫଟୋ ସଂଗ୍ରହ କରାଯାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଫଟୋରେ ଦୃଶ୍ୟମାନ ହେଉଥିବା ଏକ ଜିନିଷ ବହି ପରି ଦେଖାଯାଉଛି, ଯାହା ସାଧାରଣ ଭାବେ ୨.୫ ସେ.ମି. ହେବ ବୋଲି ଅନୁମାନ କରାଯାଇଛି। ଫଟୋରେ ଯେପରି ବହିଟି ଖୋଲା ହୋଇଥିବାବେଳେ ସେଥିରେ ଗୋଟିଏ ଫର୍ଦ୍ଦ ପବନରେ ଉଡୁଥିବା ଦେଖିବାକୁ ମିଳିଛି, ଯାହା କି ଏକ ପଥର ବୋଲି ଜଣାପଡିଛି। ଏହି ପଥରର ନାମ ‘ଟେରା ଫିର୍‌ମେ’ ରଖାଯାଇଛି। ଗତ ୧୦ ବର୍ଷ ହେବ ନାସାର କ୍ୟୁରୋସିଟି ରୋଭର ମଙ୍ଗଳରେ ରହି ଅନେକ ଫଟୋ ଉଠାଇ ପଠାଇସାରିଲାଣି। ୨୦୩୦ ମସିହା ବେଳକୁ ନାସା କ୍ୟୁରୋସିଟି ପୃଥିବୀକୁ ଫେରି ଆସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri