୧୧ କେଭି ତାର ଲାଗି ଜଣେ ବାଳକ, ୨ ଗୃହପାଳିତ; ୨ ବନ୍ୟପ୍ରାଣୀ ମୃତ

କେନ୍ଦୁଝର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଗ୍ରାମରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଟି ବଳଦ ଏବଂ ଦୁଇଟି ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ରାତିରେ ଉକ୍ତ ତାର ଛିଣ୍ଡି ତଳେ ଖସି ପଡ଼ିଥିଲା। ସେହିବାଟ ଦେଇ ଯାଉଥିବା ଏକ କୋକିଶିଆଳି ଓ ଅନ୍ୟ ଏକ ବିରଳ ପ୍ରଜାତିର କଲରାପତରିଆ ବାଘ ଜଙ୍ଗଲକୁ ଯାଉଥିବା ବେଳେ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିଲା। ସେହିପରି ଆଜି ସକାଳେ ସ୍ଥାନୀୟ ଜଣେ ବାଳକ ବଳଦ ଧରି ବିଲକୁ ଯାଉଥିବା ବେଳେ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ମୃତକ ଜଣକ ନଳ ପଲେଇଙ୍କ ପୁଅ କର୍ମୁ ପଲେଇ (୧୬) ବୋଲି ଜଣାପଡ଼ିଛି। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଣୁ ଗ୍ରାମବାସୀ କ୍ଷତିପୂରଣ ଦାବିକରିଛନ୍ତି। ତେବେ କିପରି ୧୧ କେଭି ତାର ଛିଣ୍ଡି ପଡ଼ିଥିଲେ ହେଁ ବ୍ରେକର କାମ କରି ନ ଥିଲା ଏବଂ ଲାଇନ କଟ୍‌ ହୋଇ ନ ଥିଲା ତାହାର ତଦନ୍ତ ଦାବି ହୋଇଛି। କିଛି ସମୟ ପରେ ତାଙ୍କ ବାପା ନଳ ପଲେଇ କ୍ଷେତକୁ ଯାଉଥିବାବେଳେ କର୍ମୁ ସହିତ ୨ ଟି ବଳଦ ତଳେ ପଡିଥିବା ଦେଖିବାକୁ ପାଇଥିଲେ। ପରେ ନୟାକୋଟ ପୋଲିସକୁ ଖବର ଦେଇଥିଲେ। ନୟାକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ନୟାକୋଟ ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri