୧୧ କେଭି ତାର ଲାଗି ଜଣେ ବାଳକ, ୨ ଗୃହପାଳିତ; ୨ ବନ୍ୟପ୍ରାଣୀ ମୃତ

କେନ୍ଦୁଝର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଗ୍ରାମରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଟି ବଳଦ ଏବଂ ଦୁଇଟି ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ରାତିରେ ଉକ୍ତ ତାର ଛିଣ୍ଡି ତଳେ ଖସି ପଡ଼ିଥିଲା। ସେହିବାଟ ଦେଇ ଯାଉଥିବା ଏକ କୋକିଶିଆଳି ଓ ଅନ୍ୟ ଏକ ବିରଳ ପ୍ରଜାତିର କଲରାପତରିଆ ବାଘ ଜଙ୍ଗଲକୁ ଯାଉଥିବା ବେଳେ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିଲା। ସେହିପରି ଆଜି ସକାଳେ ସ୍ଥାନୀୟ ଜଣେ ବାଳକ ବଳଦ ଧରି ବିଲକୁ ଯାଉଥିବା ବେଳେ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ମୃତକ ଜଣକ ନଳ ପଲେଇଙ୍କ ପୁଅ କର୍ମୁ ପଲେଇ (୧୬) ବୋଲି ଜଣାପଡ଼ିଛି। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଣୁ ଗ୍ରାମବାସୀ କ୍ଷତିପୂରଣ ଦାବିକରିଛନ୍ତି। ତେବେ କିପରି ୧୧ କେଭି ତାର ଛିଣ୍ଡି ପଡ଼ିଥିଲେ ହେଁ ବ୍ରେକର କାମ କରି ନ ଥିଲା ଏବଂ ଲାଇନ କଟ୍‌ ହୋଇ ନ ଥିଲା ତାହାର ତଦନ୍ତ ଦାବି ହୋଇଛି। କିଛି ସମୟ ପରେ ତାଙ୍କ ବାପା ନଳ ପଲେଇ କ୍ଷେତକୁ ଯାଉଥିବାବେଳେ କର୍ମୁ ସହିତ ୨ ଟି ବଳଦ ତଳେ ପଡିଥିବା ଦେଖିବାକୁ ପାଇଥିଲେ। ପରେ ନୟାକୋଟ ପୋଲିସକୁ ଖବର ଦେଇଥିଲେ। ନୟାକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ନୟାକୋଟ ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri