ଗୋକର୍ଣ୍ଣପୁରରେ କୁହୁଳୁଛି ସବର୍ଣ୍ଣ-ଅସବର୍ଣ୍ଣ ବିବାଦ: ଥାନାରେ ଏତଲା, ଅଶାନ୍ତ ଗାଁ

ଦିଗପହଣ୍ଡି,୫।୫(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମରେ ବିଭିନ୍ନ ପ୍ରସଙ୍ଗକୁ କେନ୍ଦ୍ରକରି ସବର୍ଣ୍ଣ-ଅସବର୍ଣ୍ଣ ବିବାଦ କୁହୁଳିବାରେ ଲାଗିଛି। ପୋଲିସ ପ୍ରଶାସନ ଏବେଠାରୁ ଦୃଷ୍ଟି ନ ଦେଲେ ସ୍ଥିତି ସାଙ୍ଘାତିକ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇନପାରେ। ଗ୍ରାମରେ ମା’ ଭଗବତୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ଗତ ଶୁକ୍ରବାର ଗ୍ରାମ ଦଳିତ ସାହିର କିଛି ଅସବର୍ଣ୍ଣ ମହିଳା ପ୍ରସାଦ ସେବନ ପାଇଁ ବସିଥିବା ବେଳେ ସବର୍ଣ୍ଣ ଜାତିର କିଛି ବ୍ୟକ୍ତି ସେଠାରେ ପହଞ୍ଚି ସେମାନଙ୍କୁ ଜାତିଆଣ ଆକ୍ଷେପ କରି ବଢ଼ା ଯାଇଥିବା ଖଲିପତ୍ର ଜବରଦସ୍ତ ଛଡାଇ ନେଇଥିଲେ। ଗାଁ ଦାଣ୍ଡରେ ସେମାନଙ୍କୁ ଲଜ୍ଜିତ କରାଯିବା ପରେ ମହିଳା ମାନେ ସେଠାରୁ କାନ୍ଦି କାନ୍ଦି ଘରକୁ ଫେରି ସାହି ମୁଖିଆ ମାନଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ଏନେଇ ଦଳିତ ସାହିରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଦଳିତ ସାହିର ବହୁ ସଂଖ୍ୟକ ମହିଳା ଓ ପୁରୁଷ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ପୋଲିସ ଘଟଣାର ତଦନ୍ତ ପାଇଁ ପ୍ରତିଶ୍ରୁତି ଦେବାପରେ ସେମାନେ ଫେରିଥିଲେ। ଘଟଣାର ଦୁଇ ଦିନ ପରେ ପୋଲିସ ଟିମ ଗ୍ରାମରେ ପହଞ୍ଚି ଉଭୟ ସମ୍ପ୍ରଦାୟର ମୁଖିଆ ମାନଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ସମାଧାନ ହୋଇପାରି ନ ଥିଲା। ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ଦଳିତ ସାହିରେ ସଭା ଡକାଯାଇଥିଲା। ବିବାଦର ସମାଧାନ ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ସାହି ବାସିନ୍ଦାଙ୍କ ପକ୍ଷରୁ ଆନ୍ଦୋଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରବିବାର ଦଳିତ ସାହିର ମୁଖିଆମାନେ ଦିଗପହଣ୍ଡି ଥାନାରେ ପହଞ୍ଚି ଘଟଣାର ପ୍ରତିବାଦ କରିଥିଲେ। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ସବର୍ଣ୍ଣ ଗୋଷ୍ଠୀର ମୁଖିଆ ମାନଙ୍କୁ ଥାନାକୁ ଡ଼କାଇଥିଲେ ମଧ୍ୟ କେହି ନ ଆସିବାରୁ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତି ମାନଙ୍କ ବିରୋଧରେ ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୧୫୭/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିଛନ୍ତି। ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ ଘଟଣାର ତଦନ୍ତ ଚଳାଇଛନ୍ତି।

ଗତ କିଛିଦିନ ହେଲା ଦଳିତ ସାହିର କିଛି ଯୁବକ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହି ଗ୍ରାମରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ସବର୍ଣ୍ଣ ସମ୍ପ୍ରଦାୟର ମୁଖିଆମାନେ ଅଭିଯୋଗ କରିଛନ୍ତି। ସେମାନଙ୍କ ଉତ୍ପାତରେ ସବର୍ଣ୍ଣ ଲୋକେ ଗ୍ରାମରେ ଅତିଷ୍ଠ ହେଲେଣି ବୋଲି ଗ୍ରାମର ମୁଖିଆମାନେ ପୋଲିସକୁ କହିଛନ୍ତି। ଅପରପକ୍ଷରେ ଗ୍ରାମର ସବର୍ଣ୍ଣ ଗୋଷ୍ଠୀର କିଛି ବ୍ୟକ୍ତି ସେମାନଙ୍କୁ ପରୋକ୍ଷରେ ଗାଳି ଗୁଲଜ କରିବା ସହ ଧମକ ଚମକ ଦେଇ ଆସୁଥିବା ଅସବର୍ଣ୍ଣ ଗୋଷ୍ଠୀର ମୁଖିଆ ମାନେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri