ସରକାରୀ ଜମିରେ ଚାଲିଛି ଇଟା କାରଖାନା

ଜେନାପୁର,୩ା୭(ଅଶୋକ ଦାସ): ଧର୍ମଶାଳା ତହସିଲ ଅଧୀନ ପୁରୁଣା ବୋଉଳମାଳ ପଞ୍ଚାୟତର ସୁକୁଟିଝର ମୌଜାରେ ଥିବା ସରକାରୀ ଜମିରେ ବେଆଇନ ଭାବେ ଚାଲୁଛି ୨ ଇଟା କାରଖାନା। କାରଖାନା ହୋଇଥିବା ସ୍ଥାନ ଜଙ୍ଗଲ ଜମି, ଦାଣ୍ଡି, ସର୍ବସାଧାରଣ ଜାଗା ବୋଲି ସରକାରୀ ରେକର୍ଡରେ ଉଲ୍ଲେଖ ରହିଛି। ଗୋଟିଏ କାରଖାନା ଖାତା ନମ୍ବର ୩୦୫ ଓ ପ୍ଲଟ ନମ୍ବର ୪୪ରେ ରହିଛି। ସେହିପରି ଖାତା ନମ୍ବର ୩୦୫ ଓ ପ୍ଲଟ୍‌ ନମ୍ବର ୪୨ ଜଙ୍ଗଲ କିସମ ହୋଇଥିବାବେଳେ ଏହି ପ୍ଲଟରେ ଜଣେ ବ୍ୟକ୍ତି ଇଟା କାରଖାନା କରିଛନ୍ତି ବୋଲି ଅଭିଯୋଗ ହୋଇଛି।
ଏସବୁ ଦୀର୍ଘଦିନ ହେବ ଚାଲୁଥିବାବେଳେ ତହସିଲ ପ୍ରଶାସନର କୋହଳ ମନୋଭାବ କାହିଁକି ବୋଲି ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବେଧଡ଼କ ଭାବେ ୫୩ ନମ୍ବର ଜାତୀୟ ରାଜପଥର କୋଡ଼ିଏ ମିଟର ଦୂରତାରେ ଏହି କାରଖାନା ଚାଲିଛି। କାରଖାନାରେ ନିୟୋଜିତ ଶ୍ରମିକମାନେ ବିନା ପଞ୍ଜୀକରଣରେ କାମ କରୁଥିବା ଜଣାପଡ଼ିଛି। କାରଖାନାରୁ ନିର୍ଗତ ଧୂଆଁ ଲୋକଙ୍କ ପ୍ରତି ବିପଦ ସୃଷ୍ଟି କରୁଛି। ତେଣୁ ସରକାରୀ ଜାଗାରେ କାରଖାନା କରିବାକୁ କିଭଳି ଅନୁମତି ମିଳିଛି ତାହା ଜନସାଧାରଣଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଯଦି ପ୍ରଶାସନ ସରକାରୀ ଜମିର ରକ୍ଷଣାବେକ୍ଷଣ ନ କରିବ ତେବେ, ଆଗାମୀ ଦିନରେ ଜଙ୍ଗଲ କିସମ ଜାଗା, ସର୍ବସାଧାରଣ ଜାଗାକୁ ମାଫିଆ ନିଜ ଅକ୍ତିଆରକୁ ନେଇଯିବେ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ତେଣୁ ତହସିଲ ପ୍ରଶାସନ ଏ ଦିଗରେ ସଜାଗ ହେବାକୁ ଦାବି ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ତହସିଲଦାର ସ୍ବାଗତ ଦାସଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri