କଣ୍ଠିଆ ନାଳ ସେତୁ ନିର୍ମାଣ ପାଇଁ ବାଟ ଫିଟିଲା

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ, ୨୯ା୯ (ସ୍ବ.ପ୍ର.): କଣ୍ଠିଆ ନାଳ ଉପରେ ସେତୁ ନିର୍ମାଣ ହେବ। ଦୀର୍ଘ ୧୬ ବର୍ଷ ଧରି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତବାସୀଙ୍କ ଦାବି ପୂରଣ ହେବାକୁ ଯାଉଛି। ଏ ନେଇ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗ ବ୍ୟୟ ଅଟକଳକୁ ମଞ୍ଜୁରୀ ଦେଇଛି। ଜାତୀୟ ଜଳପଥ-୫ ଅଧୀନରେ ଥିବା କଣ୍ଠିଆ ନାଳର କୃଷ୍ଣଦାସପୁର ସିଂହଗାଁ ସେତୁ ପାଇଁ ବିଜୁ ସେତୁ ଯୋଜନାରେ ମୋଟ ୪୭,୦୮,୮୫,୦୦୦ ଟଙ୍କା ବ୍ୟୟ ବରାଦ ହୋଇଛି। ଏହି ଚିଠି ସ୍ଥାନୀୟ ଅଞ୍ଚଳରେ ଖୁସି ଆଣି ଦେଇଛିି ।

ଏ ସମ୍ପର୍କରେ ସିଂହଗାଁ ଗାଁର ପ୍ରମେଶ ମଲ୍ଲିକ କୁହନ୍ତି, ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର ଦୂର । ସିଂହଗାଁର ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେବି ଅପହଞ୍ଚ । ଗର୍ଭବତୀ ଭାର ସାହାଯ୍ୟରେ ୧୦ କିଲୋମିଟର ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିଲୋମିଟର ଦୂର ଆଳି ସିଏଚସିକୁ ଯାଉଛନ୍ତି । ସିଂହଗାଁ, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ପହଞ୍ଚତ୍ ପାରୁନାହିଁ । କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବା ପାଇଁ କଣ୍ଠିଆ ନାଳ ବାଧା ସୃଷ୍ଟି କରୁଛି । ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଯାତାୟତ ସମସ୍ୟାରେ ଥିବା ଏହି ୩ ରାଜ୍ୟସ୍ବ ଗ୍ରାମର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ସିଂହଗାଁ ସେତୁ ନିର୍ମାଣ ହୋଇପାରି ନ ଥିଲା । ଜାତୀୟ ଜଳପଥ ୫ ଏଥିପାଇଁ ବାଧକ ସାଜିଥିଲା । ଏସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ୨୦୦୮ରେ ଭାରତୀୟ ଆର୍ନ୍ତଦେଶୀୟ ଜଳପଥ ପ୍ରାଧୀକରଣ ଅଧୀନରେ ଥିବା ୬୨୩ କିଲୋମିଟର ଲମ୍ବର ୫ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିିଲା। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ୯୧ କିଲୋମିଟର ଥିବା ବେଳେ ଓଡିଶାରେ ଅବଶିଷ୍ଟ ୫୩୨ କିଲୋମିଟର ରହିଛି। ବ୍ରାହ୍ମଣୀ ନଦୀର ତାଳଚେରଠାରୁ ଧାମରା ପର୍ଯ୍ୟନ୍ତ ପ୍ରାଥମିକ ପର୍ଯ୍ୟାୟରେ ଉପଯୋଗୀ ପାଇଁ ଅର୍ଥ ଅନୁଦାନ ଦିଆଯାଇଛି । ଏହି ଜଳପଥ ପ୍ରକଳ୍ପ କେତେକ କାରଣରୁ ବନ୍ଦ ହୋଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇ ପାରୁନାହିଁ ା ଏହି ଜଳପଥ ମଧ୍ୟରେ ସିଂହଗାଁ କଣ୍ଠିଆ ନାଳ ଅନ୍ତର୍ଭୂକ୍ତ ହୋଇଛି। ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ତେବେ ଉକ୍ତ ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅର୍ନ୍ତଭୂକ୍ତ ହେବାରୁ ତାହା ବନ୍ଦ ହୋଇଛି ।

ସିଂହଗାଁର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ଜେନା କହିଛନ୍ତି, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୩ହଜାରରୁ ଊର୍ଦ୍ଧ୍ୱ ଅଧିବାସୀଙ୍କ ସମସ୍ୟା ତୁଟିଯିବ । କେନ୍ଦ୍ରାପଡ଼ା ସଦରକୁ ରାସ୍ତା ମିଳିବା ସହିତ କେନ୍ଦ୍ରାପଡା ଓ ଯାଜପୁର ଜିଲାର ସଂଯୋଗ ହେବ । ୨୦୦୮ରେ ସେତୁ ନିର୍ମାଣ ପାଇଁ କେତେକ ଜମି ସମସ୍ୟା ଦେଖା ଦେଇଥିଲା। ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ୨୦୧୨ରେ ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ହୋଇଛି । ଏହାପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ୨୦୧୫ରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି । କଣ୍ଠିଆ ନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି । ସେତୁ ନିର୍ମାଣ ହେଲେ କୁମ୍ଭୀର ଆତଙ୍କ କମିବ । ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିହଗାଁ ସେତୁ ନିର୍ମାଣ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି। ଆବାସ ଯୋଜନାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇପାରୁନାହିଁ । ସେତୁ ନିର୍ମାଣ ପରେ ବହୁ ସମସ୍ୟାର ସମାଧାନ ହେବ । ଏଥିପାଇଁ ବହୁବାର ଆନ୍ଦୋଳନ ସହ ଉଚ୍ଚ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି ।

ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲ କୁହନ୍ତି, ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି । ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗାଁ ସେତୁ ନିର୍ମାଣ ବିଳମ୍ବ ହୋଇଛି । ତେବେ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ଏଡିଏମ୍‌ ସାମଲ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri