କଣ୍ଠିଆ ନାଳ ସେତୁ ନିର୍ମାଣ ପାଇଁ ବାଟ ଫିଟିଲା

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ, ୨୯ା୯ (ସ୍ବ.ପ୍ର.): କଣ୍ଠିଆ ନାଳ ଉପରେ ସେତୁ ନିର୍ମାଣ ହେବ। ଦୀର୍ଘ ୧୬ ବର୍ଷ ଧରି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତବାସୀଙ୍କ ଦାବି ପୂରଣ ହେବାକୁ ଯାଉଛି। ଏ ନେଇ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗ ବ୍ୟୟ ଅଟକଳକୁ ମଞ୍ଜୁରୀ ଦେଇଛି। ଜାତୀୟ ଜଳପଥ-୫ ଅଧୀନରେ ଥିବା କଣ୍ଠିଆ ନାଳର କୃଷ୍ଣଦାସପୁର ସିଂହଗାଁ ସେତୁ ପାଇଁ ବିଜୁ ସେତୁ ଯୋଜନାରେ ମୋଟ ୪୭,୦୮,୮୫,୦୦୦ ଟଙ୍କା ବ୍ୟୟ ବରାଦ ହୋଇଛି। ଏହି ଚିଠି ସ୍ଥାନୀୟ ଅଞ୍ଚଳରେ ଖୁସି ଆଣି ଦେଇଛିି ।

ଏ ସମ୍ପର୍କରେ ସିଂହଗାଁ ଗାଁର ପ୍ରମେଶ ମଲ୍ଲିକ କୁହନ୍ତି, ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର ଦୂର । ସିଂହଗାଁର ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେବି ଅପହଞ୍ଚ । ଗର୍ଭବତୀ ଭାର ସାହାଯ୍ୟରେ ୧୦ କିଲୋମିଟର ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିଲୋମିଟର ଦୂର ଆଳି ସିଏଚସିକୁ ଯାଉଛନ୍ତି । ସିଂହଗାଁ, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ପହଞ୍ଚତ୍ ପାରୁନାହିଁ । କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବା ପାଇଁ କଣ୍ଠିଆ ନାଳ ବାଧା ସୃଷ୍ଟି କରୁଛି । ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଯାତାୟତ ସମସ୍ୟାରେ ଥିବା ଏହି ୩ ରାଜ୍ୟସ୍ବ ଗ୍ରାମର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ସିଂହଗାଁ ସେତୁ ନିର୍ମାଣ ହୋଇପାରି ନ ଥିଲା । ଜାତୀୟ ଜଳପଥ ୫ ଏଥିପାଇଁ ବାଧକ ସାଜିଥିଲା । ଏସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ୨୦୦୮ରେ ଭାରତୀୟ ଆର୍ନ୍ତଦେଶୀୟ ଜଳପଥ ପ୍ରାଧୀକରଣ ଅଧୀନରେ ଥିବା ୬୨୩ କିଲୋମିଟର ଲମ୍ବର ୫ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିିଲା। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ୯୧ କିଲୋମିଟର ଥିବା ବେଳେ ଓଡିଶାରେ ଅବଶିଷ୍ଟ ୫୩୨ କିଲୋମିଟର ରହିଛି। ବ୍ରାହ୍ମଣୀ ନଦୀର ତାଳଚେରଠାରୁ ଧାମରା ପର୍ଯ୍ୟନ୍ତ ପ୍ରାଥମିକ ପର୍ଯ୍ୟାୟରେ ଉପଯୋଗୀ ପାଇଁ ଅର୍ଥ ଅନୁଦାନ ଦିଆଯାଇଛି । ଏହି ଜଳପଥ ପ୍ରକଳ୍ପ କେତେକ କାରଣରୁ ବନ୍ଦ ହୋଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇ ପାରୁନାହିଁ ା ଏହି ଜଳପଥ ମଧ୍ୟରେ ସିଂହଗାଁ କଣ୍ଠିଆ ନାଳ ଅନ୍ତର୍ଭୂକ୍ତ ହୋଇଛି। ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ତେବେ ଉକ୍ତ ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅର୍ନ୍ତଭୂକ୍ତ ହେବାରୁ ତାହା ବନ୍ଦ ହୋଇଛି ।

ସିଂହଗାଁର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ଜେନା କହିଛନ୍ତି, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୩ହଜାରରୁ ଊର୍ଦ୍ଧ୍ୱ ଅଧିବାସୀଙ୍କ ସମସ୍ୟା ତୁଟିଯିବ । କେନ୍ଦ୍ରାପଡ଼ା ସଦରକୁ ରାସ୍ତା ମିଳିବା ସହିତ କେନ୍ଦ୍ରାପଡା ଓ ଯାଜପୁର ଜିଲାର ସଂଯୋଗ ହେବ । ୨୦୦୮ରେ ସେତୁ ନିର୍ମାଣ ପାଇଁ କେତେକ ଜମି ସମସ୍ୟା ଦେଖା ଦେଇଥିଲା। ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ୨୦୧୨ରେ ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ହୋଇଛି । ଏହାପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ୨୦୧୫ରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି । କଣ୍ଠିଆ ନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି । ସେତୁ ନିର୍ମାଣ ହେଲେ କୁମ୍ଭୀର ଆତଙ୍କ କମିବ । ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିହଗାଁ ସେତୁ ନିର୍ମାଣ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି। ଆବାସ ଯୋଜନାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇପାରୁନାହିଁ । ସେତୁ ନିର୍ମାଣ ପରେ ବହୁ ସମସ୍ୟାର ସମାଧାନ ହେବ । ଏଥିପାଇଁ ବହୁବାର ଆନ୍ଦୋଳନ ସହ ଉଚ୍ଚ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି ।

ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲ କୁହନ୍ତି, ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି । ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗାଁ ସେତୁ ନିର୍ମାଣ ବିଳମ୍ବ ହୋଇଛି । ତେବେ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ଏଡିଏମ୍‌ ସାମଲ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?