ଝଡ଼ବର୍ଷାରେ ଭାଙ୍ଗିଲା ଗଛଡାଳ

ରସୁଲପୁର,୨୪।୯(ରଞ୍ଜିତ ରାଉତ): ଝଡ଼ବର୍ଷା ଯୋଗୁ ରସୁଲପୁର ବ୍ଲକ ନରସିଂହପୁର ପଞ୍ଚାୟତ ହରିପୁର ବଜାର ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ମା’ଝାଡ଼ଖଣ୍ଡି ଠାକୁରାଣୀଙ୍କ ନିକଟରେ ଶନିବାର ରାତି ପ୍ରାୟ ସାଢ଼େ ୭ଟାରେ ଏକ ଆମ୍ବଗଛ ଡାଳ ଭାଙ୍ଗି ପଡ଼ିଛି। ଏଥିଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରସୁଲପୁର ଦମକଳ ବାହିନୀ, କୁଆଖିଆ ପୋଲିସର ମିଳିତ ସହାୟତାରେ ରାସ୍ତାରୁ ଗଛ ଡାଳ ହଟାଯିବା ପରେ ଯାତାୟାତ ସ୍ବାଭାବିକ ହୋଇଛି। ତେବେ ଗଛ ଡାଳ ପଡି ଯିବାରୁ ଏହି ବାଟ ଦେଇ ୧ଘଣ୍ଟାରୁ ଊର୍ଦ୍ଧ୍ୱ ଭାରିଯାନ, ହାଲୁକା ଯାନ, ଯାତ୍ରୀବାହୀ ବସ୍‌ ଓ ବାଇକ୍‌ ଚଳାଚଳ ହୋଇ ପାରି ନ ଥିଲା। ରାସ୍ତା ଉପରେ ଶତାଧିକ ଗାଡ଼ିମୋଟର ଠିଆ ହୋଇ ରହିଥିଲା।
ସନ୍ଧ୍ୟାରେ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ ଜୋରରେ ପବନ ବହିବାରୁ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛ ଡାଳ ରାସ୍ତା ଉପରେ ଭାଙ୍ଗି ପଡିଥିଲା। ଗଛ ଡାଳଟି ରାସ୍ତାର ଉଭୟ ପାର୍ଶ୍ୱକୁ ଅତିକ୍ରମ କରୁଥିବାରୁ ଏହି ବାଟ ଦେଇ ଯାନବାହାନ ଚଳାଚଳ ଠପ୍‌ ହୋଇଯାଇଥିଲା। ଏ ସମ୍ପର୍କରେ ବଜାରର ବ୍ୟବସାୟୀମାନେ ପୋଲିସକୁ ଖବର ଦେଇଥିଲେ। ଉକ୍ତ ଖବର ମୁତାବକ ଥାନା ଅଧିକାରୀ ଶ୍ରୀକାନ୍ତ କୁମାର ବାରିକ ପୋଲିସ ପାଟ୍ରୋଲିଂ ଭ୍ୟାନ ସହ ଅଧିକାରୀ ନରେନ ଦାସଙ୍କୁ ଘଟଣାସ୍ଥଳକୁ ପଠାଇଥିଲେ। ଏଥି ସହ ପୋଲିସ ପକ୍ଷରୁ ରସୁଲପୁର ଦମକଳ କେନ୍ଦ୍ରକୁ ଅବଗତ କରାଯାଇଥିଲା। ଥାନା ଅଧିକାରୀ ଓ ସ୍ଥାନୀୟ ଅଞ୍ଚଳର ଲୋକଙ୍କଠାରୁ ଖବର ପାଇ ଦମକଳ କେନ୍ଦ୍ରର କର୍ମଚାରୀ ଓ ପୋଲିସର ଏକ ଟିମ୍‌ ପହଞ୍ଚତ୍ ଗଛ ଡାଳ କାଟି ରାସ୍ତା ସଫା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri