Posted inଫୁରସତ

କ୍ରିକେଟ ପଡ଼ିଆରେ ପଶିଲା ଷଣ୍ଢ: ଜୀବନ ବିକଳରେ ଦୌଡ଼ିଲେ ଖେଳାଳି, ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୨୦।୨ : ଏବେ ସୋସିଆଲ ମିଡ଼ିଆରେ ଏକ କ୍ରିକେଟ ପଡ଼ିଆର ଦୃଶ୍ୟର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଖେଳ ସମୟରେ ଏକ ଷଣ୍ଢ କ୍ରିକେଟ ପଡ଼ିଆରେ ପ୍ରବେଶ କରିଥିବାର ଭିଡ଼ିଓରେ ଦେଖିବାକୁ ମିଳିଛି। ଏହା ଦେଖି ଖେଳାଳିଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଗ୍ରାଉଣ୍ଡ ଖେଳାଳିମାନେ ଜୀବନ ବିକଳରେ ଦୌଡ଼ିବା ଆରମ୍ଭ କରିଥିଲେ।

ଏହା ସହିତ କିଛି ଫିଲ୍ଡର ଷଣ୍ଢକୁ ଘଉଡ଼ାଇବା ପାଇଁ ଦୌଡିବା ଆରମ୍ଭ କରୁଥିବାର ଦେଖାଯାଛି। କିଛି ସମୟ ପରେ ଷଣ୍ଢ ପଡ଼ିଆରୁ ପଳାଇଥିଲା।

ତେବେ ସେଠାରେ କେବଳ ଜଣେ ବ୍ୟାଟ୍ସମ୍ୟାନ ରହିଛନ୍ତି। ବ୍ୟାଟ୍ସମ୍ୟାନ ବ୍ୟାଟରେ ଷଣ୍ଢକୁ ଘଉଡ଼ାଇ ଥିଲେ। ଏହି ଭାଇରାଲ ଭିଡିଓରେ ଅନେକ ପ୍ରତିକ୍ରିୟା ପ୍ରକାଶ ପାଇଛି । ଜଣେ ୟୁଜର ବ୍ୟାଟ୍ସମ୍ୟାନଙ୍କ ସାହସକୁ ପ୍ରଶଂସା କରିଥିବାବେଳେ କେତେକ କହିଛନ୍ତି ଷଣ୍ଢ ବୋଧେ କ୍ରିକେଟ ଖେଳିବାକୁ ଚାହୁଁଛି। ତେଣୁ ନିଜକୁ ଅଟକାଇ ନ ପାରି ପଡ଼ିଆରେ ପଶିଛି। ଜଣେ ୟୁଜର ମଜାଳିଆ ଢରେ କହିଛନ୍ତି -ଅଧିକ ସୁରକ୍ଷା ପାଇଁ ଅତିରିକ୍ତ ଫିଲ୍ଡର ରହିବା ଉଚିତ।

ଯଦିଓ ଏହି ଭିଡିଓ କେଉଁଠୁ ଆସିଛି ତାହା ଜଣା ପଡିନାହିଁ, କିନ୍ତୁ ଏହାକୁ ଦେଖିଲେ ଜଣାପଡେ ଯେ ଗ୍ରାମ କିମ୍ବା ସହରରେ ଏହି ସ୍ଥାନୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜିତ ହୋଇଥାଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri