ଅଭିଯୁକ୍ତଙ୍କ ଆଡ୍ଡାସ୍ଥଳୀରେ ଚଢୁଛି ବୁଲଡୋଜର

ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ସହର ମାଲଗୋଦାମପଡା ଠାରେ ବୁଧବାର ଅପରାହ୍ଣରୁ ପୋଲିସ ଏବଂ ପ୍ରଶାସନିକ ଟିମ୍‌ କେତେଜଣ ଅସାମାଜିକ ବ୍ୟକ୍ତିଙ୍କ ଘର ଉଚ୍ଛେଦ କାର୍ଯ୍ୟ ଜାରି ରଖିଛନ୍ତି। ମାଲଗୋଦାମପଡାର ତେଜରାଜ ନନ୍ଦ, ନିରୋଜ ହରପାଲ ଏବଂ ସଞ୍ଜୟ ତାଣ୍ଡିଙ୍କ ଘରକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯାଇଛି। ଜେସିବି ମେଶିନ ସହାୟତାରେ ଏହି ତିନି ବ୍ୟକ୍ତିଙ୍କ ଘରକୁ ସମ୍ପୂର୍ଣ୍ଣ ଭାଙ୍ଗି ଦିଆଯାଇଛି। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡା, ଆଡିସନାଲ ଏସ୍‌ପି ସୁରେଶ ନାଏକ, ଏସଡିପିଓ ତୋଫାନ ବାଗ, ଟାଉନ ଥାନା ଆଇଆଇସି ପ୍ରିୟଙ୍କା ରାଉତରାୟଙ୍କ ଉପସ୍ଥିତିରେ ପ୍ରଶାସନିକ ଟିମ୍‌ ଘରଭଙ୍ଗା ଅଭିଯାନ ଆରମ୍ଭ କରିଥିଲେ। ରାତି ପ୍ରାୟ ୯ଟା ପର୍ଯ୍ୟନ୍ତ ଘରଭଙ୍ଗା ଅଭିଯାନ ଜାରି ରହିଥିବା ଜଣାପଡିଛି। ମାଜିଷ୍ଟ୍ରେଟ୍‌ ପଣ୍ଡା କହିଛନ୍ତି ଯେ, ଉପଜିଲାପାଳଙ୍କ କୋର୍ଟରେ ପୋଲିସ ତରଫରୁ ୧୩୩ ସିଆରପିସିରେ ଆବେଦନ କରାଯାଇଥିଲା। ଯେଉଁମାନଙ୍କ ନଁାରେ ଚୋରି, ଡକାୟତି, ହତ୍ୟା ଉଦ୍ୟମ ଭଳି ମାମଲା ରହିଛି ଏବଂ ଯେଉଁମାନେ ବାରମ୍ବାର ଅପରାଧ ଘଟାଇବା ପରେ ଜାମିନ୍‌ରେ ଆସି ପୁଣି ଅପରାଧ ଘଟାଉଛନ୍ତି ସେଭଳି ଅଭିଯୁକ୍ତମାନେ ସରକାରୀ ଜମି କବ୍‌ଜା କରି ଘର କରିଛନ୍ତି ଏବଂ ବାରମ୍ବାର ଆପରାଧିକ ଘଟଣାରେ ସମ୍ପୃକ୍ତ ରହୁଛନ୍ତି ା ସେମାନଙ୍କ ଘରକୁ ଉଚ୍ଛେଦ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ। ଆଡିସନାଲ ଏସପି ସୁରେଶ ନାୟକ କହିଛନ୍ତି ଯେ, ଯେଉଁ ସ୍ଥାନରେ ରହି ଅଭିଯୁକ୍ତମାନେ ଅପରାଧ ଯୋଜନା କରୁଛନ୍ତି ଏବଂ ଏହାକୁ ଆଡ୍ଡାସ୍ଥଳୀ ଭାବେ ବ୍ୟବହାର କରୁଛନ୍ତି ସେହି ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଉପଜିଲାପାଳଙ୍କ କୋର୍ଟ ନିର୍ଦ୍ଦେଶ କ୍ରମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri