ଲିଭୁନି ନିଆଁ, ବର୍ଷା ଭରସା

ବାରିପଦା ଅଫିସ,୧୨।୩:  ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଜଳୁଛି। ନିଅଁା ଓ ଧୂଅଁାରେ ପରିବେଶ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଭୟାରଣ୍ୟକୁ ଧ୍ୱଂସ କରିବା ପାଇଁ ଯୋଜନାକାରୀଙ୍କ ବିରୋଧରେ ବିଭାଗ ନୀରବଦ୍ରଷ୍ଟା ସାଜିଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ ଚିତ୍ର ଅନୁଯାୟୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ୪୪ଟି ପଏଣ୍ଟରେ ନିଅଁା ଜଳୁଛି। ସନ୍ଧ୍ୟା ସୁଦ୍ଧା ୪୧ଟି ସ୍ଥାନରେ ନିଅଁାକୁ ଆୟତ୍ତ କରାଯାଇଥିବା ବେଳେ ଅବଶିଷ୍ଟ ସ୍ଥାନରେ ବନ କର୍ମଚାରୀମାନେ ଲାଗି ପଡ଼ିଛନ୍ତି। ତେବେ ଦୁଇଦିନ ଧରି ମେଘୁଆ ପାଗ ରହିଥିବା ବେଳେ ଶିମିଳିପାଳ ବନାଗ୍ନିକୁ ରୋକିବାରେ ବର୍ଷା ହିଁ ଭରସା ବୋଲି ପରିବେଶବିତ୍‌ମାନେ ମତପ୍ରକାଶ କରିଛନ୍ତି।
ଶିମିଳିପାଳରେ ନିଅଁା ଲିଭୁନି। ଗୋଟିଏ ପଟେ ବନ କର୍ମଚାରୀ ଯେତିକି ଲିଭାଉଛନ୍ତି ଅନ୍ୟପଟେ ସେତିକି ମାଡ଼ି ଚାଲିଛି। ନିଅଁାକୁ ଆୟତ୍ତ କରିବା ପାଇଁ ବନ ବିଭାଗ ପକ୍ଷରୁ ଆପ୍ରାଣ ଉଦ୍ୟମ ଜାରି ରହିଛି। ମାତ୍ର ବର୍ଷା ଅଭାବରୁ ଅଭୟାରଣ୍ୟକୁ ସୁରକ୍ଷା ଦେବା କଷ୍ଟକର ହୋଇପଡ଼ିଛି। ଫଳରେ ବନ୍ୟଜନ୍ତୁମାନେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ନିଅଁା ପ୍ରକୋପରେ ଜୀବଜନ୍ତୁ ଭୋକ ଶୋଷରେ ଏପଟସେପଟ ହେଉଛନ୍ତି। ଏଭଳି ପରିସ୍ଥିତିକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ବନାଗ୍ନି ରୋକିବା ପାଇଁ ବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଚାଲୁ ରହିଛି। ତେବେ ଦୁଇଦିନ ପୂର୍ବେ ମାତ୍ର ୨ ମି.ମି. ବର୍ଷା ହୋଇଥିବା ବେଳେ ତାହା ବନାଗ୍ନି ରୋକିବାରେ ସହାୟକ ହୋଇପାରି ନାହିଁ। ୨୦୨୧ରେ ଘଟିଥିବା ବନାଗ୍ନିର ଭୟାବହତାଠାରୁ ଚଳିତବର୍ଷ କମ୍‌ ଥିବା ବିଭାଗ ପକ୍ଷରୁ ଜଣାଯାଇଛି।
ଅନୁଯାୟୀ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ବାରିପଦା ସର୍କଲ ଅଧୀନ ବାରିପଦା, ରାଇରଙ୍ଗପୁର ଓ କରଞ୍ଜିଆ ବନଖଣ୍ଡର ୩୭ଟି, ଉତ୍ତର ଓ ଦକ୍ଷିଣ ଡିଭିଜନର ୭ଟି ସ୍ଥାନରେ ନିଅଁା ଲାଗିଥିଲା। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ନିଅଁାକୁ ଆୟତ୍ତ କରାଯାଇଥିବା ବେଳେ ବାରିପଦା ଓ କରଞ୍ଜିଆ ଡିଭିଜନରେ ୩୩ଟି ସ୍ଥାନରେ ନିଅଁାକୁ ଆୟତ୍ତ କରାଯାଇଛି ବୋଲି କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗନେନି ଜଣାଇଛନ୍ତି। ତେବେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସେମାନଙ୍କ ଖାଦ୍ୟ ଓ ପାନୀୟ ଜଳ ବ୍ୟବସ୍ଥା କରାଯିବାକୁ ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri