Categories: ଜାତୀୟ

୪୫ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ୩ ମୃତ

ଲକ୍ଷ୍ନୌ,୧୦।୧୦-ଦିଲ୍ଲୀରୁ କାନପୁର ୪୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶନିବାର ଆଲିଗଡଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟପଟେ ଏହି ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

Share