ବାଂଲାଦେଶରେ ଖାଇକୁ ଖସିଲା ବସ: ୧୭ ମୃତ-୩୦ ଆହତ…

ଢାକା,୧୯।୩ : ରବିବାର ବାଂଲାଦେଶର ଏକ ଦ୍ରୁତଗାମୀ ବସ ଏକ ଖାଇକୁ ଖସିପଡିଛି। ଫଳରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଥିବା ମଧ୍ୟ କୁହାଯାଉଛି। ପୋଲିସର ସୂଚନାନୁସାରେ, ଏମାଦ ପରିବହନ ଦ୍ୱାରା ପରିଚାଳିତ ଏହି ବସ ଢାକା ଅଭିମୁଖେ ଯାତ୍ରା କରୁଥିଲା। ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ମଦାରିପୁରର ଏକ ଏକ୍ସପ୍ରେସୱେରେ ନିୟନ୍ତ୍ରଣ ହରାଇ ଏକ ଖାଇକୁ ଖସି ପଡ଼ିଥିଲା।

କେତେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ପୋଲିସ କହିଛି। ମଦାରିପୁର ପୋଲିସ ଅଧୀକ୍ଷକ ମହମ୍ମଦ ମାସୁଦ ଆଲାମ କହିଛନ୍ତି ଯେ ଆହତମାନଙ୍କୁ ଚିକିତ୍ସା ଲାଗି ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ନ୍ୟୁଜ ପୋର୍ଟାଲ କହିଛି ଯେ ବସରେ ଥିବା ଯାନ୍ତ୍ରିକ ତ୍ରୁଟି ଏହି ଦୁର୍ଘଟଣାର କାରଣ ହୋଇଛି।

ଏହି ଦୁର୍ଘଟଣା ବିଷୟରେ ବର୍ଣ୍ଣନା କରି ଫରିଦପୁର ଅଗ୍ନିଶମ ସେବାର ଡେପୁଟି ଆସିଷ୍ଟାଣ୍ଟ ଡାଇରେକ୍ଟର ସିପ୍ଲୁ ଅହମ୍ମଦ କହିଛନ୍ତି ଯେ ଏହା ବିଶ୍ୱାସ କରାଯାଏ ଯେ ଦ୍ରୁତ ଗତିରେ ଆସୁଥିବା ବସର ଟାୟାର ଫାଟି ଯାଇଥିଲା ଏବଂ ଏହା ନିୟନ୍ତ୍ରଣ ହରାଇ ଖାଇ ଭିତରକୁ ଖସି ପଡ଼ିଥିଲା । ସେ କହିଛନ୍ତି ଯେ ମୃତ ଓ ଆହତଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ।

ବସରେ ୪୩ ରୁ ଅଧିକ ଯାତ୍ରୀ ଢାକା ଅଭିମୁଖେ ଯାତ୍ରା କରୁଥିଲେ। ବାଂଲାଦେଶରେ ପୁରୁଣା ଏବଂ ଖରାପ ରକ୍ଷଣାବେକ୍ଷଣ ଯାନବାହାନ, ଖରାପ ସଡ଼କ ଏବଂ ତାଲିମପ୍ରାପ୍ତ ନ ଥିବା ଡ୍ରାଇଭର ଯୋଗୁଁ ସଡ଼କ ଦୁର୍ଘଟଣା ଅଧିକ ହେଉଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?