ବାଲେଶ୍ୱର,୨୬।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ମାଗୁଣି ଚରଣ ବାଳାଶ୍ରମରେ ଅବ୍ୟବସ୍ଥା ଦେଖାଦେଇଛି। ଏ ସମ୍ପର୍କରେ ଅଭିଯୋଗ ପାଇ ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଶନିବାର ରାତିରେ ଅଚାନକ ବାଳାଶ୍ରମ ପରିଦର୍ଶନ କରିଥିଲେ। ଘଟଣାର ତଦନ୍ତ କରିବା ସହ ବାଳାଶ୍ରମର ପରିଚାଳକଙ୍କ ଉପରେ ଖୁବ ବର୍ଷିଥିଲେ।
ମୁତାବକ, ଉକ୍ତ ଅବାସିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ବିଭିନ୍ନ ସମସ୍ୟା ଭିତରେ ରହୁଥିବା, ଶିକ୍ଷକମାନେ ଛାତ୍ରୀଛାତ୍ରମାନଙ୍କୁ ନିର୍ଯାତନା ଦେଉଥିବା ନେଇ ଟୋଲ୍ ଫ୍ରି ନମ୍ବରରେ ପିଲାମାନେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଜିଲାପାଳଙ୍କ ସମେତ ଆଇପିଏସ୍ ପ୍ରୋବେସନର ଅଭିଷେକ, ଜିଲା ଶିଶୁ ସୁରକ୍ଷା ଅଧିକାରିଣୀ ଦେବାଙ୍ଗନା ବାରିକ, ତହସିଲଦାର ରାଧାରଞ୍ଜନ ଦାସ ଓ ଥାନାଧିକାରୀ ଗୋବିନ୍ଦ ଚନ୍ଦ୍ର ବେହେରା ଅଚାନକ ବାଳାଶ୍ରମରେ ପହଞ୍ଚତ୍ ପିଲାମାନଙ୍କର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ଏଥି ସହ ହଷ୍ଟେଲ, ଶ୍ରେଣୀ କକ୍ଷ, ରୋଷେଇ ଘର, ପାଇଖାନା ଇଦ୍ୟାଦି ବୁଲି ଦେଖିଥିଲେ। ବାଳାଶ୍ରମର ପରିଚାଳକ ହରିହର ମହାପାତ୍ର ପିଲାଙ୍କୁ ନାନାଦି ନିର୍ଯାତନା ଦେଉଥିବା ପିଲାଙ୍କଠାରୁ ଅବଗତ ହେବା ପରେ ଜିଲାପାଳ ତାଙ୍କୁ ତାଗିଦା କରିଥିଲେ l
୧୫ ଦିନ ମଧ୍ୟରେ ବିଦ୍ୟାଳୟର ସମସ୍ତ ସମସ୍ୟାର ସାମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନ ହେଲେ ଛାତ୍ରୀଛାତ୍ରଙ୍କୁ ଅନ୍ୟ ହଷ୍ଟେଲକୁ ସ୍ଥାନାନ୍ତର କରି ବାଳାଶ୍ରମ ବନ୍ଦ କରାଯିବ ବୋଲି ଜିଲାପାଳ ଚେତାବନୀ ଦେଇଥିଲେ।
ଟୋଲ୍ ଫ୍ରି ନମ୍ବରରୁ ଆସିଲା କଲ୍ ରାତାରାତି ବାଳାଶ୍ରମ ଗଲେ ଜିଲାପାଳ, ପରେ ଯାହା କଲେ…
Posted inHome Left, ଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
Archives


