ହିନ୍ଦୁମାନେ ଏକାଠି ଜାଗ୍ରତ ହେବାକୁ ଆହ୍ବାନ, ସଂସ୍କୃତି-ପରମ୍ପରାରକୁ…

ପୁରୁଷୋତ୍ତମପୁର,୨୫ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଉପଖଣ୍ଡ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନୁକୂଲ୍ୟରେ ରଥସାହି ଜଗନ୍ନାଥମନ୍ଦିର ପରିସରରେ ବିଶାଳ ହିନ୍ଦୁ ସମ୍ମିଳନୀ ରାଜ୍ୟ ସାଗରପୁତ୍ର ଜାଗରଣ ପୂର୍ବପ୍ରାନ୍ତ ସମ୍ପାଦକ ପ୍ରତାପ ଚନ୍ଦ୍ର ଦାମଲଙ୍କ ସଂଯୋଜନାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରଏସ୍‌ଏସ୍‌ର ବିଭାଗ ସଂଘ ଚାଳକ ଡ.ଭଗବାନ ତ୍ରିପାଠୀ, ଜିଲା ପ୍ରଚାରକ ରଶ୍ମୀରଞ୍ଜନ ମହାଙ୍କୁଡ଼, ଜୟଗୁରୁ ବ୍ରଜକିଶୋର ଦାଶ, ଇସ୍କନର ବ୍ରଜଗୋବିନ୍ଦ ଦାଶ, ଓମ୍‌ ଶାନ୍ତି ପକ୍ଷରୁ ଶାନ୍ତିଲତା ପଣ୍ଡା ପ୍ରମୁଖ ଯୋଗଦେଇ ହିନ୍ଦୁମାନେ ଏକାଠି ଜାଗ୍ରତ ହୋଇ ସଂଗଠିତ ହେବାକୁ ଆହ୍ବାନ ଦେଇଥିଲେ। ହିନ୍ଦୁମାନଙ୍କୁ ଏକାଠି କରି ଭାରତୀୟ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରିବା ସହ ହିନ୍ଦୁ ସମାଜର ଏକତା, ସନାତନ ଧର୍ମୀୟ ଓ ସଂସ୍କୃତି ମୂଲ୍ୟବୋଧର ସୁରକ୍ଷା ହିଁ ସମ୍ମିଳନୀର ମୂଳ ଲକ୍ଷ୍ୟ ବୋଲି କହିଥିଲେ। ଏଥିରେ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, ପୂର୍ବତନ ଏମ୍‌ପି କୁମୁଦିନୀ ପଟ୍ଟନାୟକ, ଏମ୍‌ପି ପ୍ରତିନିଧି ଜୟନାରାୟଣ ଦାଶ, ସୀତାରାମ ପାଣିଗ୍ରାହୀ ଯୋଗଦେଇଥିଲେ। ଏହାକୁ ପୁରୁଷୋତ୍ତମପୁର ଉପଖଣ୍ଡ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ସଦସ୍ୟ ନିତ୍ୟାନନ୍ଦ ମହାପାତ୍ର, ଜୟନାରାୟଣ ପାତ୍ର,ଦୀନବନ୍ଧୁ ବେହେରା ପ୍ରମୁଖଙ୍କ ସମେତ ସମସ୍ତ ସଦସ୍ୟ ପରିଚାଳନା କରିଥିବାବେଳେ ଶହଶହ ସଂଖ୍ୟାରେ ହିନ୍ଦୁ ସମ୍ପ୍ରଦାୟର ବ୍ୟକ୍ତି ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri