‘ଦେଶର ବିକାଶରେ ଯୁବପିଢ଼ି ଅଂଶୀଦାର ହେବା ଲାଗି ଆହ୍ବାନ’

ଛତ୍ରପୁର,୨୭ା୭(ସନ୍ତୋଷ ପାଢ଼ୀ):‘ଧରିତ୍ରୀ’ର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ‘ଗଣମାଧ୍ୟମ, ଗଣତନ୍ତ୍ର, ଯୁବପଢ଼ି’ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାକୁ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ସାଂପ୍ରତିକ ସମୟରେ ଦେଶର ବିକାଶରେ ଆଜିର ଯୁବପିଢ଼ି ଗଣତାନ୍ତ୍ରିକ ମୂଲ୍ୟବୋଧ ବଜାୟ ରଖିବାରେ ଅଂଶୀଦାର ହେବା ଲାଗି ସେ ଆହ୍ବାନ ଦେଇଥିଲେ। ଏଥିରେ ମୁଖ୍ୟବକ୍ତା ଭାବେ ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ଯୋଗଦେଇ ଯୁବପିଢ଼ି ସଚେତନ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ ବୋଲି କହିବା ସହ ‘ଧରିତ୍ରୀ’ର ଏଭଳି ପ୍ରୟାସକୁ ସେ ଭୂୟସୀ ପ୍ରଂଶସା କରିଥିଲେ। ଅନ୍ୟତମ ଅତିଥି ଭାବେ ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗର ସହକାରୀ ପ୍ରଫେସର ଡ. ପିଙ୍କି ରାଣୀ ଯୋଗଦେଇ ଭାରତର ବିକାଶ ଯୁବପିଢ଼ିଙ୍କ ହାତରେ ନ୍ୟସ୍ତ ବୋଲି କହିବା ସହ ଗଣମାଧ୍ୟମର ମୂଲ୍ୟବୋଧକୁ ବୁଝିବାକୁ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ‘ଧରିତ୍ରୀ’ର ଡେପୁଟି ନ୍ୟୁଜ୍‌ ଏଡିଟର ଲାଲା ସୁନୀଲ କୁମାର ରଥ ଏଥିରେ ଯୋଗଦେଇ ଧରିତ୍ରୀର ୫୦ ବର୍ଷ ପାଳନର ଆଭିମୁଖ୍ୟ ସମ୍ପର୍କରେ କହିବା ସହ ଧରିତ୍ରୀ ଦୈନିକ ଖବରକାଜ ସର୍ବଦା ନିରପେକ୍ଷ ଓ ନିର୍ଭୀକ ଖବର ପ୍ରସାରଣ କରିଆସୁଛି ଏବଂ ଯୁବପିଢ଼ିଙ୍କୁ ଗୁରୁତ୍ୱ ଦେଇଆସୁଛି ବୋଲି ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ସହକାରୀ ପ୍ରଫେସର ଡ. ଲକ୍ଷ୍ମୀନାରାୟଣ ସାହୁ, ସହକାରୀ ପ୍ରଫେସର ରାଜବାଳା ତ୍ରିପାଠୀ, ବ୍ରହ୍ମପୁର ସଂସ୍କରଣ ଡେସ୍କ ମୁଖ୍ୟ ସରୋଜ ପଟ୍ଟନାୟକ ଉପସ୍ଥିତ ଥିଲେ। ଶେଷରେ ସହସମ୍ପାଦକ ସନ୍ତୋଷ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ପ୍ରସାରଣ ବିଭାଗର ପରିଚାଳକ ମଳୟ କୁମାର ସାହୁ, ଜିଲା ପ୍ରତିନିଧି ସନ୍ତୋଷ କୁମାର ପାଢ଼ୀ, ବ୍ରହ୍ମପୁର ଖବରଦାତା ସ୍ମୃତିରଞ୍ଜନ ମହାଲିକ, ବରିଷ୍ଠ ଖବରଦାତା ସୁବାସ ଚନ୍ଦ୍ର ପାଢ଼ୀ, ଗଞ୍ଜାମ ବ୍ଲକ ଖବରଦାତା ବିଦ୍ୟାଧର ସାହୁ, ବ୍ରହ୍ମପୁର ଫଟୋ ସାମ୍ବାଦିକ ସମୀର ରଥ, ଖବରକାଗଜ ବିତରକ କେ.ରମେଶ ପ୍ରମୁଖ ଉପସ୍ଥିତ ହୋଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ ଶେଖ୍‌ ମୁର୍ସିଦ ଅହମ୍ମଦ ପ୍ରଥମ, କ୍ଷଣପ୍ରଭା ପଣ୍ଡା ଦ୍ୱିତୀୟ ଏବଂ ବଦ୍ରିନାଥ ମିଶ୍ର ତୃତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?