ଆଦର୍ଶ ନାଗରିକ ହେବାକୁ ଆହ୍ବାନ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଭାରତ ସରକାରଙ୍କ ଯୁବବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନେହେରୁ ଯୁବକେନ୍ଦ୍ର ସଂଗଠନ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହଯୋଗରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ୭ଦିନ ଧରି ଚାଲିଥିବା ୧୪ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କିଟ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ, ସମ୍ମାନିତ ଅତିଥି ଭାବେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତୀ ବେହେରା, ଏନ୍‌ସିଏସ୍‌ସି ଫର୍‌ ଏସ୍‌ସି ଏସ୍‌ଟି ବିଭାଗର ତପନ କୁମାର ରାଉଳ, କେନ୍ଦୁଝର ଜିଲା ଯୁବ ଅଧିକାରୀ ବସୁନ୍ଧରା ସାହୁ, ଖୋର୍ଦ୍ଧା ଜିଲା ଯୁବ ଅଧିକାରୀ ବିପିନ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଏକତାର ସୂତ୍ରରେ ବାନ୍ଧି ହୋଇ ଜଣେ ଜଣେ ଆଦର୍ଶ ନାଗରିକ ହେବାକୁ ଅତିଥିମାନେ ଉପସ୍ଥିତ ଯୁବବର୍ଗଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଅଭିନେତା ତଥା ସମାଜିକ କର୍ମୀ ରୁଷି ପଟ୍ଟନାୟକଙ୍କୁ ସେବା କ୍ଷେତ୍ରରେ ଜୀବନବ୍ୟାପି ସାଧନା ପାଇଁ ‘ଜୀବନ ବ୍ୟାପି ଯୁବ ସେବା ସମ୍ମାନ’ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ମହାରାଷ୍ଟ୍ର, ଛତିଶଗଡ଼ରୁ ୨୦୦ ଛାତ୍ରୀଛାତ୍ର ଯୋଗଦେଇଥିଲେ। ତର୍କ ଓ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ମାନପତ୍ର, ଅର୍ଥରାଶି ଓ ଟ୍ରଫି ପ୍ରଦାନ ପୂର୍ବକ ପୁରସ୍କୃତ କରିଥିଲେ। କୁଳମଣି ମଲ୍ଲିକ, ଶୁଭେନ୍ଦ୍ର ନାଥ ସାହୁ, କୈଳାସ ମହାନ୍ତି, ରୋହିତ ନନ୍ଦେଶ୍ୱର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri