‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସ୍ମୃତିଚାରଣ କାର୍ଯ୍ୟକ୍ରମ ଓ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଏହି ଅବସରରେ ହାଟଡିହୀ ବ୍ଲକ ଅଧ୍ୟକ୍ଷା ସବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତଙ୍କ ସହ ମାର୍କଣ୍ଡ ଓଝା, ସୁଧାଂଶୁ ରାଉତ, ମୁକେଶ ରାଉତ, ଅନୁପ ସାହୁ ଓ ବିମ୍ବାଧର ବିଶ୍ୱାଳ, ସୋମନାଥ ଦାସ ଉପସ୍ଥିତ ରହି ବିଜୁବାବୁଙ୍କ ମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

ଏହା ସହିତ ବିଜୁ ପଟ୍ଟନାୟକଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ରୋଗୀଙ୍କୁ ଚିକିତ୍ସା ସହାୟତା ମଧ୍ୟ ପ୍ରଦାନ କରାଯାଇଥିଲା। ଦଳର ସଦସ୍ୟମାନେ ଉପଖଣ୍ଡ ଚିକିତ୍ସାଳୟକୁ ଯାଇ ରୋଗୀଙ୍କ ସ୍ବାସ୍ଥ୍ୟ ସୁଧାର ପାଇଁ ଶୁଭେଚ୍ଛା ଜଣାଇ ସମାଜସେବାରେ ସଦା ଆଗୁଆ ରହିବାକୁ ଆହ୍ବାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନେକ ସ୍ଥାନୀୟ କର୍ମୀ ଓ ସମର୍ଥକମାନେ ଯୋଗଦେଇ ବିଜୁବାବୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri