‘ପାରିଶ୍ରମିକ ପଛରେ ନ ପଡ଼ି ପିଲାଙ୍କ ଭବିଷ୍ୟତ ପ୍ରତି ଗୁରୁତ୍ୱ ଦେବାକୁ ଆହ୍ବାନ’

ପୁରୁଷୋତ୍ତମପୁର,୭ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଡି ହାଇସ୍କୁଲର ୧୯୮୪ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରଙ୍କ ପକ୍ଷରୁ ଶିକ୍ଷା-ଶିକ୍ଷକ ସମ୍ପର୍କ କାର୍ଯ୍ୟକ୍ରମ ଓ ଗୁରୁ ସମ୍ବର୍ଦ୍ଧନା ଉସବ ରବିବାର କଲ୍ୟାଣମଣ୍ଡପ ପରିସରରେ ପ୍ରାକ୍ତନ ଛାତ୍ର ଡାକ୍ତର ମାନସ ରଞ୍ଜନ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅବସରପ୍ରାପ୍ତ ବର୍ଷିଆନ ଶିକ୍ଷକ ଏ.ରାଜୁଗୋପାଳ ରାଓ, ସୂର୍ଯ୍ୟ ନାରାୟଣ ରଥ, ହୟଗ୍ରିବ ତ୍ରିପାଠୀ ଓ ଶରତ ଚନ୍ଦ୍ର ଦାଶ ଯୋଗଦେଇ ଗୁରୁ ବିନା କୌଣସି କାର୍ଯ୍ୟ ଅସମ୍ଭବ ବୋଲି କହି କେବଳ ପାଠପଢାରେ ନୁହେଁ ଯିଏ ଯାହାଠାରୁ ଯେଉଁ ଶିକ୍ଷା ହାସଲ କରିଥାଏ ସିଏ ତାଙ୍କର ଗୁରୁ। ମା’ ବାପା ହିଁ ଆମର ପ୍ରଥମ ଗୁରୁ ଅଟନ୍ତି। ସେମାନଙ୍କୁ ସର୍ବଦା ଭକ୍ତି କରିବାକୁ ପରାମର୍ଶ ଦେଇଥିଲେ। ଏହାସହ ଶିକ୍ଷକମାନେ ପାରିଶ୍ରମିକ ପଛରେ ନ ପଡି ପିଲାଙ୍କୁ ସ୍ନେହ ଦେଇ ତାଙ୍କର ଭବିଷ୍ୟତ ପ୍ରତି ଗୁରୁତ୍ୱ ଦେବାକୁ ଆଜିର ଶିକ୍ଷକ ସମାଜକୁ ଆହ୍ବାନ ଦେଇଥିଲେ। ଦୀର୍ଘ ୪୧ ବର୍ଷ ପରେ ନିଜର ଛାତ୍ରମାନଙ୍କୁ ପାଖରେ ପାଇ ଶିକ୍ଷକମାନେ ଆତ୍ମବିଭୋର ହୋଇପଡ଼ି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଏହି ଅବସରରେ ଛାତ୍ରମାନେ ମଧ୍ୟ ନିଜର ଗୁରୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାକୁ ପ୍ରାକ୍ତନ ଛାତ୍ର ଅନୁପ କୁମାର ପାଢ଼ୀ, କିଶୋର ସାହୁ, ରଜନୀକାନ୍ତ ଦାଶ, ପ୍ରହଲ୍ଲାଦ ନାୟକ, ନରେନ୍ଦ୍ର ସେନାପତି, ବଳରାମ ବେହେରା ପ୍ରମୁଖ ପରିଚାଳନା କରିଥିବାବେଳେ ବହୁ ପୁରାତନ ଛାତ୍ର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri