ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ ରାଜ୍ୟର ଯୁବପିଢିଙ୍କୁ ଅବଗତ କରିବା ଉଦେଶ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯଇଛି। ଏହାର ଦ୍ୱାଦଶ ଦିବସରେ ଶନିବାର ବରଗଡ଼ ପିଏମଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲା ପ୍ରଶାସନ ପକ୍ଷରୁ ଓଡ଼ିଶାର ବରପୁତ୍ରମାନଙ୍କ ଉପରେ ଆଲୋଚନାଚକ୍ର ତଥା ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଏଥିରେ ଜିଲାର ସମସ୍ତ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ସ୍ଥାନୀୟ ଲେଖକ, କବି, ଶିକ୍ଷାବିତ ଏବଂ ଜିଲାସ୍ତରୀୟ ଅଧିକାରୀ ଯୋଗ ଦେଇ ବରଗଡ଼ ଜିଲା ତଥା ଓଡ଼ିଶାର ଅନନ୍ୟ ବରପୁତ୍ରଙ୍କ ଅବଦାନକୁ ସ୍ମରଣ କରିଥିଲେ । ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ମୁଖ୍ୟ ଅତିଥିଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଉଦଘାଟନ କରିବା ସହିତ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଓଡ଼ିଶା ଏବଂ ବରଗଡ଼ ଜିଲାର ବରପୁତ୍ରଙ୍କ ବିଷୟରେ ଅବଗତ କରି ତାଙ୍କ ଜୀବନୀକୁ ନିଜ ଦୈନନ୍ଦିନ ଜୀବନରେ ଅନୁସରଣ କରିବାକୁ ଉତ୍ସାହିତ କରିଥିଲେ। ସମ୍ମାନିତ ଅତିଥିଭାବେ ଜିଲା ସଂସ୍କୃତି ଅଧିକାରୀ ତାହିର ହୁସେନଙ୍କ ସମେତ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ଲେଖକ ମନୋରଞ୍ଜନ ମେହେର, ପ୍ରାକ୍ତନ ପ୍ରାଧ୍ୟାପକ ପ୍ରଦୀପ ହୋତା, ବରିଷ୍ଟ ସାହିତ୍ୟକ ଅଶୋକ କୁମାର ପୁଜାହାରୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷାୟତ୍ରୀ ଶାନ୍ତି ସୁନା ଯୋଗ ଦେଇ ଛାତ୍ରୀଛାତ୍ରଙ୍କୁ ଓଡ଼ିଶାର ବିଶିଷ୍ଟ ବରପୁତ୍ରମାନଙ୍କ ବିଷୟରେ ଅବଗତ କରିଥିଲେ। ସ୍ଥାନୀୟ ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ଅଧ୍ୟାପକ ଡଃ ଜଗଦୀଶ ମିଶ୍ର ବରଗଡ଼ ଜିଲାର ପ୍ରମୁଖ ଲେଖକ ଏବଂ ସ୍ବାଧୀନତା ସଂଗ୍ରାମୀଙ୍କ ଇତିହାସ ବିଷୟରେ ଅବଗତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri