ଆମ୍ବେଡ଼କରଙ୍କ ପ୍ରଦର୍ଶିତ ମାର୍ଗ ଅନୁସରଣ ଆହ୍ବାନ

ଡୁଙ୍ଗୁରିପାଲି ,୨୯ା୪(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏସ୍‌ସି, ଏସ୍‌ଟି ଷ୍ଟଲ ପରିସରରେ ରବିବାର ରାତି ୮ଟା ୩୦ରେ ସମ୍ବିଧାନ ପ୍ରଣେତା  ଭାରତରତ୍ନ ବାବା ସାହେବ ଡ଼.ଭୀମରାଓ ଆମ୍ବେଡ଼କରଙ୍କ ଜୟନ୍ତୀ ସଭା ପାଳିତ ହୋଇଯାଇଛି। ବ୍ଲକ ଲକ୍ଷେଘର ଗଣ୍ଡା ସମାଜ ସଭାପତି ନୀତେଇ ପାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ଡୁଙ୍ଗୁରିପାଲି ଥାନା ଏସଆଇ ପ୍ରେମରାଜ ସାହୁ ଯୋଗ ଦେଇଥିଲେ। ସମ୍ମାନିତ ଅତିଥିଭାବେ ଚାଷୀ ନେତା ବିପ୍ରଚରଣ ସାହୁ, ସେବା ଫାଉଣ୍ଡେଶନ ପ୍ରତିଷ୍ଠାତା ବିଭୁଦତ୍ତ ବିଶ୍ୱାଳ, ଏମ୍‌ପିଙ୍କ ବ୍ଲକ ନୋମିନି ହେମନ୍ତ ବିଶ୍ୱାଳ, ସମାଜସେବୀ କନ୍ଦର୍ପ ସାହୁ, ବଦ୍ରିନାରାୟଣ ପାଣ୍ଡିଆ, ଲକ୍ଷେଘର ଗଣ୍ଡା ସମାଜ ସମ୍ପାଦକ ପ୍ରକାଶ କୁମ୍ଭାର, ଆଇନଜୀବୀ ବୀରେନ୍ଦ୍ର ଦଣ୍ଡସେନା, ବିବେକାନନ୍ଦ ତ୍ରିପାଠୀ ଯୋଗ ଦେଇଥିଲେ। ଡୁଙ୍ଗୁରିପାଲି ଡିଗ୍ରୀ ମହାବିଦ୍ୟାଳୟ ପୂର୍ବତନ ପ୍ରାଧ୍ୟାପକ କିଶୋର ମେହେର ମୁଖ୍ୟବକ୍ତାଭାବେ ଯୋଗଦେଇଥିଲେ।

ଡୁଙ୍ଗୁରିପାଲି ସାର୍ବଜନୀନ ଆମ୍ବେଦକର ସୃତି କମିଟି ଆବାହକ ଦୀନବନ୍ଧୁ ସୁନାଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖି ମୁଖ୍ୟବକ୍ତା ପ୍ରାଧ୍ୟାପକ ମେହେର କହିଥିଲେ, ଆମ୍ବେଡ଼କର ସମସ୍ତ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଦୃଢ଼ ଇଚ୍ଛାଶକ୍ତି ଏବଂ ସାମର୍ଥ୍ୟ ବଳରେ ସଫଳତାର ଶୀର୍ଷରେ ପହଞ୍ଚି ପାରିଥିଲେ। ସମସ୍ତଙ୍କ ପାଇଁ ସେ ପ୍ରେରଣାର ଉତ୍ସ। ତାଙ୍କ ଦର୍ଶନ, ଶିକ୍ଷାକୁ ଆମେ ବାସ୍ତବ ଜୀବନରେ କାର୍ଯ୍ୟରେ ଲଗାଇବାକୁ ପ୍ରୟାସ କରିବା ଉଚିତ। ସାମାଜିକ ନ୍ୟାୟ ପ୍ରତି ସମସ୍ତେ ଅଙ୍ଗୀକାର ହେବାକୁ ସେ ଆହ୍ବାନ କରିଥିଲେ। ମୁଖ୍ୟ ଅତିଥି ଏସଆଇ ସାହୁ କହିଥିଲେ, ବାବା ସାହେବ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମଗ୍ର ଭାରତୀୟଙ୍କୁ ସାମ୍ବିଧାନିକ ଅଧିକାର ବଳରେ ଏକତାବଦ୍ଧ କରିଥିଲେ। କବି ବିପ୍ରଚରଣ ସାହୁ କବିତା ମାଧ୍ୟମରେ ବାବା ସାହେବଙ୍କ ଜୀବନୀକୁ ଆଧାରିତ କବିତା ପଠନ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ସେବା ଦେଇ ଆସୁଥିବା ସେବା ଫାଉଣ୍ଡେଶନର ମିତା ପଟେଲ, ପ୍ରଜ୍ଞାପରମିତା ତ୍ରିପାଠୀ, ଜ୍ୟୋତ୍ସା ବାରିକ, ସୁଶାନ୍ତ ବାରିକ, କଲିମ ଖାନ, ଇନ୍ଧ୍ରା ସାହୁ, ଡ଼କ୍ଟର ସୁବାଷ ପାତ୍ର, ପଦ୍ମନାଭ ବାଗ, ମହେଶ୍ୱର ସୁନା, ଲୀଳାମ୍ବର ବାଗ, ପବିତ୍ର ହରିପାଲଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଅଭିରାମ ବାରିକ, ରବୀନ୍ଦ୍ର କୁମ୍ଭାର, ରାଜେନ୍ଦ୍ର ସା, ବିଦ୍ୟା ତାଣ୍ଡି, ଦହିଲାଲ ଦୀପ, ସରୋଜ ପାଣ୍ଡେ, ଉଦ୍ଧବ ପଧାନ, ପ୍ରେମାନନ୍ଦ ସୁନା, ଭୁବନ ନାଗ ପ୍ରମୁଖଙ୍କ ସହ ବହୁ ସଂଖ୍ୟାରେ ଆମ୍ବେଡ଼କର ପ୍ରେମୀ ଉପସ୍ଥିତ ଥିଲେ। ଦୀନବନ୍ଧୁ ସୁନା ସଭା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri