ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ ପୀଠର ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କ କାର୍ଯ୍ୟକ୍ରମ ପ୍ରମୁଖ ପ୍ରେମଚନ୍ଦ୍ର ଝା, ଗଜପତି ଜିଲା ମହେନ୍ଦ୍ରଗିରି ପାହାଡ଼ ପର୍ଶୁରାମ ଧାମର ସନ୍ଥ ଭାସ୍କର ତୀର୍ଥ ଲକ୍ଷ୍ମୀ ବାବା ଅତିଥି ଭାବେ ଯୋଗଦେଇ ସନାତନ ସଂସ୍କୃତିର ସୁରକ୍ଷା, ହିନ୍ଦୁଧର୍ମର ପ୍ରଚାର ପ୍ରସାର ଓ ଜାଗରଣ ନେଇ ବିସ୍ତୃତ ଆଲୋଚନା କରିବା ସହ ସନାତନ ଧର୍ମର ମହତ୍ତ୍ୱ ଓ ଆଧ୍ୟାତ୍ମିକ ଚେତନା ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ। ସଂସ୍କୃତ ଭାଷାର ପୁନରୁଦ୍ଧାର, ସଂସ୍କୃତ ଭାଷାର ବିକାଶ ଓ ପ୍ରସାର ପାଇଁ ଗାଁ ଗାଁରେ ବନ୍ଦ ହୋଇଯାଇଥିବା ସଂସ୍କୃତ ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯିବା ସହ ସେଗୁଡିକୁ ସକ୍ରିୟ କରିବା ଆବଶ୍ୟକ ବୋଲି ସଭାରେ ଗୁରୁତ୍ୱାରୋପ କରାଯାଇଥିଲା। ଏହାସହିତ ଗ୍ରାମାଞ୍ଚଳରେ ନିରୀହ ଲୋକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ କରାଯାଉଥିବା ବେଆଇନ ଧର୍ମାନ୍ତରୀକରଣ ପ୍ରକ୍ରିୟା ଉପରେ ଗଭୀର ଚିନ୍ତା ପ୍ରକଟ କରାଯାଇଥିଲା। ଗ୍ରାମୀଣ ସମସ୍ୟାର ସମାଧାନ ପାଇଁ ସମାଜରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବା ସହ ପ୍ରତ୍ୟେକ ସନାତନୀ ଭଉଣୀ ଭାଇ ଏକଜୁଟ୍‌ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦିଆଯାଇଥିଲା। ସଭାରେ ବହୁ ସଂଖ୍ୟାରେ ସନାତନପ୍ରେମୀ ଓ ମା ’ ଚାମୁଣ୍ଡାଙ୍କ ଭକ୍ତ ବୃନ୍ଦ ଯୋଗଦେଇଥିଲେ। ସଭା ପୂର୍ବରୁ ଅତିଥି ଦ୍ବୟ ଦିଗପହଣ୍ଡିସ୍ଥିତ ଚାଙ୍ଗୁଡି ଦେଇ ପର୍ବତ ଶିଖରରେ ପୂଜିତ ମା’ ଚାମୁଣ୍ଡା ଦେବୀଙ୍କ ମନ୍ଦିର ପରିଦର୍ଶନ କରିବା ସହ ଦେବୀଙ୍କ ପୂଜାର୍ଚ୍ଚନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri