ଲୁଣାନଦୀ ଶଯ୍ୟାରେ ଖୋଳା ହେଉଛି କେନାଲ

କେନ୍ଦ୍ରାପଡ଼ା,୮ା୧୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି। କଳପଡ଼ାସ୍ଥିତ ଇନ୍‌ଟେକ ଫିଡର ନିକଟରେ ନଭେମ୍ବରଠାରୁ ଜଳସ୍ତର ନାହିଁ। ଏଥିପାଇଁ ଲୁଣା ନଦୀ ଗର୍ଭରେ ୭୦୦ ମିଟର ଲମ୍ବ, ୨୫ ଫୁଟ ଚଉଡ଼ା ଓ ୧୦ ଫୁଟ ଗଭୀରରେ ଏକ କେନାଲ ଖୋଳାଯାଉଛି। ଏଥିରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟାର ସମାଧାନ ହେବ ବୋଲି ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ଆଶା ରଖିଛନ୍ତି। ଅପରପକ୍ଷରେ ଲୁଣା ନଦୀର ଜଳସ୍ତର ଦ୍ରୁତଗତିରେ ହ୍ରାସ ହେଉଛି। ଫଳରେ ପାନୀୟ ଜଳ ସମସ୍ୟା ସହିତ ଅବବାହିକାରେ ଥିବା ଚାଷଜମି ପଡ଼ିଆ ପଡ଼ିବା ଆଶଙ୍କା ଦେଖାଦେଇଛି। ସେହିପରି ଲୁଣା ନଦୀରୁ ବେଆଇନ ଭାବେ ବାଲି ଉଠା ଯାଉଥିବାରୁ ନଦୀପଥର ପରିବର୍ତ୍ତନ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି। ଜିଲାରେ ପ୍ରବାହିତ ନଦୀଗୁଡ଼ିକର ସଂଯୋଗୀକରଣ ପରେ ଏହି ସମସ୍ୟାର ସମାଧାନ ହୋଇପାରିବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।
କେନ୍ଦ୍ରାପଡ଼ା ସହରସ୍ଥ ଖଡ଼ଇଙ୍ଗର କ୍ଷିତୀଶ କୁମାର ସିଂହ କହିଛନ୍ତି, ସହରକୁ ପାଣି ଯୋଗାଣ ପାଇଁ ପିଏଚଡି ଓ ଜଳ ସମ୍ପଦ ବିଭାଗର ସମନ୍ବୟରେ ଲୁଣା ନଦୀର କଳପଡ଼ାଠାରୁ ପାଣି ଉଠାଯାଉଛି। ତେବେ ଅକ୍ଟୋବରରୁ ନଦୀର ପମ୍ପ ହାଉସ ପାଖ ଶୁଖିଲା ପଡ଼ିଛି। ଏଥିପାଇଁ ପ୍ରଥମେ ଏକ ୧୫୦ ମିଟରର ନାଳି ଖୋଳା ଯାଇ ପମ୍ପ ହାଉସ ନିକଟକୁ ପାଣି ଅଣା ଯାଉଥିଲା। ଏହି ନାଳି ଏବେ ଶୁଖିଲା ଅବସ୍ଥାକୁ ଆସିଛି। ଏପରିସ୍ଥିତି ରହିଲେ ଖରାଦିନେ ସହରକୁ ଜଳ ଯୋଗାଣ ବନ୍ଦ ହୋଇଯିବ। ବୁଦ୍ଧିଜୀବୀ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ପଡ଼ାଗୟାସପୁର, ଗୟାସପୁର, ଥାଉରୀ, ଚଢ଼େଇଗୁଆଁ, ରାଜଗଡ଼, ଅଙ୍ଗୁଳାଇ ଆଦି ସ୍ଥାନରେ ଲୁଣାନଦୀର ଚେକଡ୍ୟାମ ହୋଇଛି। ପାନୀୟ ଜଳ ଯୋଗାଣ ସହ ଚାଷ କାର୍ଯ୍ୟ ପାଇଁ ଜଳ ଯୋଗାଣ ହେବା କଥା। ତେବେ ଶୀତଦିନରେ ଲୁଣା ନଦୀ ଜଳସ୍ତର ହ୍ରାସ ପାଇଥିବାରୁ ପ୍ରାୟ ୧୦ ହଜାର ହେକ୍ଟର ଜମି ପଡ଼ିଆ ପଡ଼ିବ ବୋଲି ଆକଳନ କରାଯାଉଛି। ପୂର୍ବତନ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ଲୁଣା ନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ପ୍ରବାହିତ ହେଉଛି। ନଦୀର ଲମ୍ବ ୭୩ କିଲୋମିଟର ହୋଇଥିବା ବେଳେ ବ୍ରିଟିଶ ଶାସନ ସମୟରେ ଏହି ବାଟ ଦେଇ ନୌବାଣିଜ୍ୟ ହେଉଥିଲା। ତେବେ ଏହାର ରକ୍ଷଣାବେକ୍ଷଣ ଅଭାବ, ବେଆଇନ ବାଲି ଓ ମାଟି ଉଠାଣ, ଜବରଦଖଲ ହେତୁ ଏବେ ନଦୀର ଗତିପଥ ପରିବର୍ତ୍ତନ ହୋଇଛି। ଏହି ଜିଲାର ଅଧିବାସୀ ଚାଷ ଉପରେ ନିର୍ଭରଶୀଳ ହୋଇଥିବା ବେଳେ ୧୫,୮୫୦ ହେକ୍ଟର ଚାଷ ଜମିରେ ଉଦ୍‌ବୃତ୍ତ ଜଳର ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ। ସେହିପରି ଜିଲାର ୩୨,୩୫୦ ହେକ୍ଟର ଚାଷଜମି ଲୁଣା। ଏଥିସହ ବର୍ଷାଦିନେ ୩୪,୯୫୨ ହେକ୍ଟର ଜମିରେ ବନ୍ୟା ଜଳ ମାଡ଼ିଯାଉଛି। ଜିଲାର ୮୪,୯୧୦ ହେକ୍ଟର ଜମିକୁ ମରୁଡ଼ି ଅଞ୍ଚଳ ଘୋଷଣା କରାଯାଇଛି। ନଦୀ ଓ ମୁଖ୍ୟ କେନାଲଗୁଡ଼ିକର ଜଳ ପରିଚାଳନା ପାଇଁ ଜିଲା ପରିଷଦରେ ବାରମ୍ବାର ଦାବି ସତ୍ତ୍ୱେ କୌଣସି ସୁଫଳ ମିଳିଲା ନାହିଁ। ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ଲୁଣା ନଦୀର ଜଳସେଚନ ଫଳରେ ଜିଲାରେ ଧାନ ସହ ରବି ଫସଲ ଓ ନଳିତା, ବାଦାମ ଆଖୁ ପରି ଅର୍ଥକରୀ ଫସଲ, ପନିପରିବା ଚାଷ ହେଉଥିଲା। ତେବେ କିଛିବର୍ଷ ଧରି ଏହି ନଦୀର ଜଳସ୍ତର କମିବାରେ ଲାଗିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାରଙ୍କ ବନ୍ଧ ନିର୍ମାଣ ଫଳରେ ଏପରି ସ୍ଥିତି ଉପୁଜିଛି। କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଜିଲାରେ ୭ ନଦୀ ପ୍ରବାହିତ ହେଉଛି। ଏହି ନଦୀଗୁଡିକୁ ସଂଯୋଗୀକରଣ କରାଯାଇ ବିଭିନ୍ନ ସ୍ଥାନରେ ବ୍ୟାରେଜ ନିର୍ମାଣ କରାଗଲେ ଜିଲାର ଚାଷ ଜମିକୁ ଜଳସେଚନ ବ୍ୟବସ୍ଥା ହୋଇପାରନ୍ତା। ଏ ନେଇ ପ୍ରଶାସକ ଓ ସ୍ଥାନୀୟ ରାଜନେତା କୌଣସି ପଦକ୍ଷେପ ନେଉନାହାନ୍ତି। ଆଗାମୀଦିନରେ ଚାଷ ସହ ପାନୀୟ ଜଳ ଜିଲା ପାଇଁ ସମସ୍ୟା ସୃଷ୍ଟି କରିବ। ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଲୁଣା ନଦୀର ଉନ୍ନତୀକରଣ ପାଇଁ ବିଭିନ୍ନ ଯୋଜନା ଚାଲୁ ରହିଛି। ଏହି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଆର୍ଥିକ ଅନୁଦାନ ଆସିଛି। ଖୁବ୍‌ଶୀଘ୍ର ଜିଲାବାସୀ ଏହାର ସୁଫଳ ପାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?