ଭୁବନେଶ୍ୱର,୭ା୮(ବ୍ୟୁରୋ): ଭୁବନେଶ୍ୱର-ପୁରୀ ୩୧୬ ନମ୍ବର ଜାତୀୟ ରାଜପଥ ଉତ୍ତରା ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ୪୨ ହଜାର କେଭି ବିଦ୍ୟୁତ୍ ଟାଓ୍ବାରରେ ପିଟି ହୋଇଯାଇଛି। ଫଳରେ ଦୁର୍ଘଟଣାରେ ଦୁଇ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତରା ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ କରୁଛି।