Posted inଫୁରସତ

କାର୍‌ ପାଲଟିଲା ବରଫ ଗଦା, ଭିଡିଓ ଦେଖିଲେ…

ନ୍ୟୁୟର୍କରେ ବରଫ ଝଡ଼ ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ହୋଇଛି ଯେ, ଯେଉଁ ଜିନିଷ ରଖିଲେ ବରଫ ପାଲଟିଯାଉଛି। ଏବେ ସୋସିଆଲ ମିଡିଆରେ ଏକ କାର୍‌ର ଫଟୋ ଭାଇରାଲ ହେଉଛି। ଯାହା ପୂରା ବରଫରେ ଆଚ୍ଛାଦିତ ହୋଇଛି।

@ blabla112345 ନାମକ ଏକ ଟୁଇଟର ପେଜ୍‌ରେ ଏକ ଭିଡିଓ ଶେୟାର କରାଯାଇଛି। ଯାହା ଏବେ ଖୁବ୍‌ ଭାଇରାଲ ହେଉଛି। ନ୍ୟୁୟର୍କର ହାମ୍‌ବର୍ଗର ଏରି ହ୍ରଦ ନିକଟରେ ପାର୍କିଂ ହୋଇଥିବା ଅନେକ କାର୍‌ରେ ଏହି ସପ୍ତାହ ପୂର୍ବରୁ ବରଫର ଏକ ମୋଟା ଆବରଣ ପଡ଼ିଯାଇଛି। ନ୍ୟୁୟର୍କରେ ତାପମାତ୍ରା ହ୍ରାସ ପାଇବା ପରେ ଏରି ହ୍ରଦରେ ଘଣ୍ଟା ପ୍ରତି ୪୭ ମାଇଲରୁ ଅଧିକ ପବନ ବହିବା ପରେ ଏହି ଅସାଧାରଣ ଘଟଣା ଘଟିଥିଲା। ଏହା କାର୍‌ ଉପରେ ବହୁ ପରିମାଣର ହ୍ରଦ ପାଣି ପଡ଼ିଥିଲା। ଯାହା ଶେଷରେ ବରଫରେ ପରିଣତ ହୋଇଥିଲା।

ଶୀତଳ ତାପମାତ୍ରା ଏବଂ ପ୍ରବଳ ପବନର ମିଶ୍ରଣ ଯୋଗୁ ହ୍ରଦର ପାଣି ବରଫ ପାଲଟିଯାଇଛି। ସାଧାରଣତଃ ଏହା ବହୁତ କମ୍‌ ସମୟ ପାଇଁ ଘଟେ ଯେଉଁଥିପାଇଁ ଅଳ୍ପ ସମୟ ମଧ୍ୟରେ ପ୍ରବଳ ତୁଷାରପାତ ହୁଏ। ବରଫର ଏକ ମୋଟା ସ୍ତର କିପରି କାର୍‌ ଛାତରୁ ଚକ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବରେ ଆଚ୍ଛାଦିତ ହୋଇଛି ତାହା ସ୍ପଷ୍ଟ ଜଣାପଡୁଛି। ଚକଗୁଡିକ ମଧ୍ୟ ଭୂମିରେ ବରଫ ପାଲଟିଯାଇଛି।

ଲୋକମାନେ ଏହି ଭିଡିଓ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଖୁସି ଯେ, ମୁଁ ହ୍ରଦ ନିକଟରେ ନାହିଁ। ହ୍ରଦର ଏହି ପ୍ରକାରର ପ୍ରଭାବ ମୁଁ ଆଦୌ ଅନୁଭବ କରିବାକୁ ଚାହେଁ ନାହିଁ। ଆଉ ଜଣେ କହିଛନ୍ତି, କି ଚମତ୍କାର ଦୃଶ୍ୟ। ଏହି ଭିଡିଓକୁ ପ୍ରାୟ ୮ ଲକ୍ଷ ଥର ଦେଖାସରିଲାଣି। ଅନେକ ୟୁଜର ଏହାକୁ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri