କଲେଜ ଛାତ୍ରୀଙ୍କ ଉପରେ ମାଡିଗଲା କାର୍‌

ତିହିଡ଼ି,୧୧ା୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ସୋମବାର ପୂର୍ବାହ୍ନରେ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତା ଛାତ୍ରୀଙ୍କ ନାଁ ପ୍ରଭାସିନୀ ନାୟକ ଏବଂ ସେ ତିହିଡ଼ି ଥାନା ଅଚକ ପଞ୍ଚାୟତ ଅଧୀନ ଖପରାବାଙ୍କ ଗ୍ରାମର ରମାକାନ୍ତ ନାୟକଙ୍କ ଝିଅ ବୋଲି ଜଣାଯାଇଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ସେମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ପରେ ତାଳପଦାସ୍ଥିତ ମାଣିକଲାଲ ମହିଳା କଲେଜର ଛାତ୍ରୀମାନେ ରାସ୍ତାରୋକୋରେ ସାମିଲ ହୋଇଛନ୍ତି। ଛାତ୍ରୀଜଣକ ଘରୁ କଲେଜ ଯାଉଥିବା ବେଳେ ନନ୍ଦପୁର ବଜାରରେ ଭଦ୍ରକରୁ ଚାନ୍ଦବାଲି ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ କାର୍‌ ତାଙ୍କୁ ଧକ୍କା ଦେଇଥିଲା। ଛାତ୍ରୀଜଣକ ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ତିହିଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଅତିରିକ୍ତ ତହସିଲଦାର ନମିତା ଧଳ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?