ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର ସେଠୀ ହୋଇଥିବା ବେଳେ ଅନ୍ୟଜଣେ ପ୍ରେମଝରି ଗ୍ରାମର ଉପେନ୍ଦ୍ର ଦିଗାଲ ବୋଲି ଜଣାପଡିଛି। ଫୁଲବାଣୀ ୫୭ ନଂ. ଜାତୀୟ ରାଜପଥ ଖଜୁରୀପଡ଼ା ପଟୁ ଏକ କାର ଶନିବାର ସନ୍ଧ୍ୟାରେ ଦ୍ରୁତ ଗତିରେ ଯାଉଥିଲା ବେଳେ ସମ୍ବେପଦର ଘାଇ ନିକଟରେ ଜଣଙ୍କୁ ଧକ୍କା ଦେଇ ଫେରାର ହୋଇଯାଉଥିଲା। ତେବେ କାରଟି ଭାରସାମ୍ୟ ହରାଇ ପୁଣି ସମ୍ବେପଦର ଶିବ ମନ୍ଦିର ନିକଟରେ ଆଉ ଜଣଙ୍କୁ ଧକ୍କା ଦେଇଥିଲା। ଫଳରେ ଏଥିରେ ବିଦ୍ୟାଧର ଓ ଉପେନ୍ଦ୍ରଙ୍କ ମୃତ୍ୟୁ ହୋଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିଥିଲେ। ଖବରପାଇ ଆଇଆଇସି ଚାପଧାରୀ ପ୍ରଧାନ ଓ ତହସିଲଦାର ଶୁଭଶ୍ରୀ ରଥ ଘଟଣା ସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିବାରୁ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଉଭୟଙ୍କ ପରିବାରକୁ ୧୫ ହଜାର ଲେଖାଏ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ସମ୍ପୃକ୍ତ କାରଟି ଦୁତିମେଣ୍ଡିଠାରେ ୨ ଜଣ ଯୁବକଙ୍କୁ ଧକ୍କା ଦେଇଛି। ଫଳରେ ଉଭୟେ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଖଜୁରିପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେସ୍‌ ନଂ. ୩୭୪/୨୫ରେ ଏକ ମାମଲା ରୁଜୁ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri