ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍‌, ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍‌ରୁ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨ ଜଣ ସଦସ୍ୟ ଏକ ଟ୍ରାଭେରା ଗାଡ଼ି ନମ୍ବର ଓଡି ୦୭ ଏନ ୭୮୯୬ ଯୋଗେ ଘଟଗାଁ ତାରିଣୀ ଦର୍ଶନ କରିବାକୁ ଯାଇଥିଲେ। ଗାଡ଼ିରେ ଡ୍ରାଇଭରଙ୍କୁ ମିଶାଇ ମୋଟ୍‌ ୧୩ ଜଣ ଥିଲେ, ଯେଉଁଥିରେ ୫ ନାବାଳିକା ବି ଥିଲେ। ସେମାନେ ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଜଗା ଦର୍ଶନ ପାଇଁ ପୁରୀ ଯାଇଥିଲେ। ପୁରୀରୁ ବ୍ରହ୍ମପୁର ଫେରିବା ବେଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନାରାୟଣୀ ଛକଠାରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏମିତି କି ରାସ୍ତା ଉପରେ ଗାଡ଼ିଟି ୪ ପଲଟି ମାରିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଫଳରେ ଦୁର୍ଘଟଣାସ୍ଥଳରେ ହିଁ ଜଣକ ମୃତ୍ୟୁ ଘଟିଥିଲା। ତାଙ୍କ ନାମ ନାରସିମ ରେଡ୍ଡୀ ବୋଲି ଜଣାପଡ଼ିଛି। ଅନ୍ୟ ସମସ୍ତେ ଆହତ ହୋଇଥିଲେ। ତୁରନ୍ତ ସେମାନଙ୍କୁ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ ୨ ଜଣ ନାବାଳିକା ଓ ଜଣେ ପୁରୁଷ, ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri